ପ୍ରମୂଖ ଖବର
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Harapriya Sethi | July 2, 2025 10:52 AM

ସୁନ୍ଦରଗଡ,୦୨/୦୭: ପୋଖରୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଉଦ୍ଧାର କଲା ସୁନ୍ଦରଗଡ଼ ସଦର ଥାନା ପୁଲିସ୍ । କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।  

ସୂଚନା ମୁତାବକ, ବୁଧବାର ସକାଳେ ସୁନ୍ଦରଗଡ଼ ବାଉରୀମୁଣ୍ଡା ପୋଖରୀରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଲୋକେ ଦେଖିଥିଲେ । ମୃତକଙ୍କ ବୟସ ପ୍ରାୟ ୫୫ ବର୍ଷ ହୋଇଥିବା ବେଳେ ତାଙ୍କ ଦୁଇ ଗୋଡ଼କୁ ଏକ ରଶି ବନ୍ଧା ଯାଇଛି । କେହି ତାଙ୍କୁ ହତ୍ୟା କରିବା ପରେ ପୋଖରୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଏସମ୍ପର୍କରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା । ପରେ ସୁନ୍ଦରଗଡ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତକଙ୍କ ପରିଚୟ ଖୋଜିବା ଲାଗି ଆଖପାଖ ଗାଁ ଏବଂ ଅନ୍ୟ ଥାନାକୁ ସୂଚନା ଦେଇଛି ସୁନ୍ଗରଗଡ଼ ସହର ଥାନା ପୁଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.