ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଚନ୍ଦନ ଯାତ୍ରା ଦେଖି ଘରକୁ ଫେରୁଥିଲେ, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Published By : Prameya | May 13, 2025 11:38 AM

ଅନୁଗୁଳ, ୧୩/୦୫: :ଚନ୍ଦନ ଯାତ୍ରା ଦେଖିବାକୁ ଯାଇଥିଲେ। ଯାତ୍ରା ଦେଖି ଘରକୁ ଫେରିଲା ବେଳକୁ ରାସ୍ତାରେ ଜଗିଥିଲା ଯମ। ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ବାଗେଡିଆ ଥାନା ଖମାର ନିକଟରେ ସୋମ‌ବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ଛେଣ୍ଡିପଦା ଥାନା ଇଲାକା ହରିହରପୁର ଗ୍ରାମର ମଉଡ଼ ମାହାର(୪୦)। 

ସୂଚନା ମୁତାବକ, ସୋମବାର ସନ୍ଧ୍ୟାରେରେ ମଉଡ଼ ଖମାର ଗାଁ'କୁ ଚନ୍ଦନ ଯାତ୍ରା ଦେଖିବାକୁ ଯାଇଥିଲେ । ରାତି ପ୍ରାୟ ସାଢ଼େ ୩ଟା ବେଳକୁ ୩ଟା ବେଳକୁ ଚାଲି ଚାଲି ଫେରୁଥିଲେ।  ମାତ୍ର ଖମାର ନିକଟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ରେଫର କରିଥିଲେ। ସେଠରେ ଚିକିସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କ ମୃତ୍ୟୁ ହୋଇଛି। ପୁଲିସ୍ ପହଞ୍ଚି ଏକ ମାମଲା ରୁଜୁ କରିବା ସହିତ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଥିବା ଜଣାପଡ଼ିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.