ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ନବରଙ୍ଗପୁର ତହସିଲଦାରଙ୍କ ଅକାଳ ବିୟୋଗ

Published By : Gurupada Nath | August 9, 2025 6:09 PM

ନବରଙ୍ଗପୁର, ୯/୮ : ନବରଙ୍ଗପୁର ସଦର ତହସିଲଦାର କୈଳାଶ ଚନ୍ଦ୍ର ତ୍ରିପାଠୀ (୫୬)ଙ୍କ ଶନିବାର ସକାଳେ ହୃଦଘାତରେ ପରଲୋକ ହୋଇଛି l ଶୁକ୍ରବାର ବିଳମ୍ବିତ ରାତିରେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବିଶାଖାପାଟଣା ନିଆ ଯାଉଥିବାବେଳେ ବାଟରେ ପରଲୋକ ହୋଇଯାଇଛି l ଜଣେ ଦକ୍ଷ ଅଧିକାରୀ ଭାବେ ତାଙ୍କର ସୁନାମ ରହିଥିବା ବେଳେ ବିଭିନ୍ନ ମହଲରେ ଲୋକପ୍ରିୟ ରହିଥିଲେ ଶ୍ରୀ ତ୍ରିପାଠୀ l 

ନିକଟରେ ଦେବୋତ୍ତର ଅଧିକାରୀ ଭାବେ ତାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶାନ୍ତି ଓ ଶୃଙ୍ଖଳାର ସହ ରଥ ଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ପ୍ରଶଂସାର ପାତ୍ର ହୋଇଥିଲେ l ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ସହ ବିଭିନ୍ନ ସାମାଜିକ ଅନୁଷ୍ଠାନରେ ସକ୍ରିୟ ଭୂମିକା ନେଇ ସୁନାମ ଅର୍ଜନ କରିଥିଲେ ଶ୍ରୀ ତ୍ରିପାଠୀ l ତାଙ୍କ ବିୟୋଗରେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଜିଲ୍ଲାପାଳ ଡ଼ଃ ମହେଶ୍ୱର ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ତପନ ଖୁଣ୍ଟିଆ ଓ ବିଶ୍ୱଜିତ ବର୍ମନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଦେବୋତ୍ତର କମିଟି ସଭାପତି ଝାଡ଼େଶ୍ୱର ଖାଡ଼ଙ୍ଗା, ରାଜ ପୁରୋହିତ ନରସିଂହ ତ୍ରିପାଠୀ, ଓଡିଶା ରାଜସ୍ବ ଅମଲା ସଂଘ ସଭାପତି ତ୍ରିପତି ବାଲାଜୀ ସାହୁଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକବ୍ୟକ୍ତ କରିବାସହ ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି l 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.