ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ

ପୁରୀ,୨୧/୦୯: ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ସେପ୍ଟେମ୍ବର ୧୯ ତାରିଖରେ ଅର୍ବାନ ହାଟଠାରେ ଉଦ୍‌ଘାଟିତ ହୋଇଥିଲା ବିକାଶ ମେଳା । ଏହି ମେଳା ସେପ୍ଟେମ୍ବର ୧୯ ରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଓରମାସ ପକ୍ଷରୁ ଆୟୋଜିତ ଏହି ମେଳାରେ ବିଭିନ୍ନ ବିଭାଗ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ୭୦ ଟି ଷ୍ଟଲ ଲାଗିଛି । ପୁରୀ ଜିଲ୍ଲାର ଅର୍ବାନ ହାଟଠାରେ ଏହି ବିକାଶ ମେଳା ହୋଇଥିଲା ।

ସୂଚନା ମୁତାବକ, ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଅର୍ବାନ ହାଟଠାରେ ଏକ ବିକାଶ ମେଳା ଉଦ୍‌ଘାଟିତ ହୋଇଥିଲା । ଏହି ମେଳା ଓରମାସ ପକ୍ଷରୁ ଆୟୋଜିତ ହୋଇଥିଲା । ଏହି ମେଳାରେ ବିଭିନ୍ନ ବିଭାଗ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ୭୦ ଟି ଷ୍ଟଲ ଲାଗିଛି । ଏହା ସେପ୍ଟେମ୍ବର ୧୯ ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ । ଏହି ମେଳା ପ୍ରତ୍ୟେକ ଦିନ ସକାଳ ୧୦ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହୁଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହି ବିକାଶ ମେଳାକୁ ପରିଦର୍ଶନ କରିଥିଲେ । ଓରମାସର ନିର୍ଦ୍ଦେଶକ ତଥା ସିଇଓ ଗୁହା ପୁନମ ତାପସ କୁମାର, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳ ମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପ ଜିଲ୍ଲାପାଳ ଗୋପୀନାଥ କୁଅଁର, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ପ୍ରମୁଖ ସମସ୍ତ କାର୍ଯ୍ୟର ତଦାରଖ ଓ ତତ୍ତ୍ୱାବଧାନ କରିଥିଲେ ।

ତେବେ ଏହି ମେଳାରେ ପଞ୍ଚାୟତିରାଜ ଓ ପାନୀୟ ଜଳ, ସ୍ୱାସ୍ଥ୍ୟ, ବିଦ୍ୟାଳୟ ଓ ଗଣଶିକ୍ଷା, ସୂଚନା ଓ ଲୋକ ସମ୍ପର୍କ, ପର୍ଯ୍ୟଟନ, ଶିଶୁ ସୁରକ୍ଷା, ଶିଳ୍ପ କେନ୍ଦ୍ର, ସାମାଜିକ ସୁରକ୍ଷା, ସାମାଜ କଲ୍ୟାଣ, କୃଷି, ମତ୍ସ୍ୟ ଓ ପଶୁ ସମ୍ବଳ, ୟୂକୋ ବ୍ୟାଙ୍କ ସହ ମିଶନ ଶକ୍ତିର ଷ୍ଟଲ ଖୋଲା ଯାଇଛି । ଏହି ମେଳାରେ ସାଧାରଣ ଲୋକ ଏବଂ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ପ୍ରମୁଖ ପରିଦର୍ଶନ କରିବା ସହ ବିଭିନ୍ନ ସାମଗ୍ରୀ କ୍ରୟ କରିବାର ଦେଖିବାକୁ ମିଳିଛି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.