ପ୍ରମୂଖ ଖବର
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପହଲଗାମ ପ୍ରତିଶୋଧ: 'ଅପରେସନ ସିନ୍ଦୁର' କୁ ନେଇ ପ୍ରଥମ ପ୍ରତିକ୍ରିୟା ରଖିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, କହିଲେ,'ମୁଁ ଜାଣିଥିଲି ଭାରତ କାର୍ଯ୍ୟାନୁଷ୍ଠାନ ନେବ, ଆଶା କରୁଛି...'

Published By : Prameya | May 7, 2025 4:10 AM

Image source: india Today

ନୂଆଦିଲ୍ଲୀ,୦୭/୦୫: ପହଲଗାମ ଆକ୍ରମଣର ପ୍ରତିଶୋଧ ସ୍ବରୁପ ଭାରତୀୟ ସେନା ଏଲ୍‌ଓସିର ପୋଟଲି, ବହଓ୍ବାଲପୁର, ମୁଜାଫରାବାଦ ଆଦି ୯ଟି ଆତଙ୍କବାଦୀ କ୍ୟାମ୍ପ ଉପରେ ମଧ୍ୟରାତ୍ରୀରେ ଏୟାରଷ୍ଟ୍ରାଇକ କରିଛି। ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯିବା ପରେ ସାରା ଦେଶ ଏବେ ଭାରତୀୟ ସେନାକୁ ଭୂରୀ ଭୂରୀ ପ୍ରଶଂସା କରିଛି। ଏହି ପରିପ୍ରେକ୍ଷୀରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ବରିଷ୍ଠ ନେତା ଭାରତୀୟ ସେନାର ଅଦମ୍ୟ ଶକ୍ତିକୁ ପ୍ରଶଂସା କରିଛନ୍ତି।




ସୀମା ସଶସ୍ତ୍ର ବଳର ଏହି ଆକ୍ରମଣକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରତିକ୍ରିୟା ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ 'ଆମେ ଏହା ବିଷୟରେ ଶୁଣିଲୁ। ମୁଁ ଭାବୁଛି ଲୋକମାନେ ଜାଣିଥିଲେ ଯେ ଏପରି କିଛି ଘଟିବ।' ଏହା ପୂର୍ବରୁ ମଧ୍ୟ ଘଟିଛି। ଟ୍ରମ୍ପ କହିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲଢ଼େଇ ବହୁତ ଦିନ ଧରି ଚାଲିଛି। ଏହି ଯୁଦ୍ଧ ଅନେକ ଦଶନ୍ଧି ଏବଂ ଶତାବ୍ଦୀ ଧରି ଚାଲିଆସିଛି। ତେବେ ମୁଁ ଆଶା କରୁଛି ଏହା ଶୀଘ୍ର ଶେଷ ହେବ।'

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.