ପ୍ରମୂଖ ଖବର
  • ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୧୦ରୁ ଅଧିକ ଆହତ
  • ||
  • ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା, ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ
  • ||
  • ଦାରିଙ୍ଗବାଡିରେ ପ୍ରଥମ ଜିଲ୍ଲା ସ୍ତରୀୟ 'ଇନଭେଷ୍ଟମେଣ୍ଟ ମିଟ୍‌-ଇନଭେଷ୍ଟ କନ୍ଧମାଳ' ଉଦ୍‌ଘାଟିତ
  • ||
  • ଢେଙ୍କାନାଳ : ସୁନା ଦୋକାନର ସଟର ତାଡି ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍‌ରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଆଠଗଡ଼ ବନଖଣ୍ଡରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦନ୍ତା ହାତୀର ଜୀବନ
  • ||
  • ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା, ୧୫୭ ବିଷୟରେ ୪ ଲକ୍ଷ ୧୨ ହଜାର ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍
  • ||
  • କୋରାପୁଟ : ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ମୁହାଁମୁହିଁ ହେବେ ପାକିସ୍ତାନ- ବାଂଲାଦେଶ, ବିଜୟ ପାଇଁ ସବୁ ଶକ୍ତି ଖଟାଇବେ
  • ||
  • ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ,ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୦ ରେକର୍ଡ
  • ||
  • ଗୁରୁବାର ଓଡ଼ିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, କାଲି ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ
  • ||
  • ଆଗକୁ ୮୦ଦିନ ଗ୍ରୀଷ୍ମ ଲହରି, ୨୦୦୯ରୁ ଓଡ଼ିଶାରେ ତାପମାତ୍ରାରେ ସାଂଘାତିକ ବୃଦ୍ଧି
  • ||

ପ୍ରାଣୀ ଚିକିତ୍ସା ଉପରୁ ୟୁଜର୍ସ ଫି ଛାଡ, ମାଗଣା ହେବ ଚିକିତ୍ସା : ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ

Published By : Prameya | February 27, 2025 7:51 PM

ଭୁବନେଶ୍ବର,୨୭।୨ : ପ୍ରାଣୀମାନଙ୍କର ହେବ ମାଗଣା ଚିକିତ୍ସା। ୟୁଜର୍ସ ଫି ଛାଡ କରିଛନ୍ତି। ଏ ନେଇ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଘୋଷଣା କରିଛନ୍ତି। ରାଜ୍ୟର ଜନ ସାଧାରଣଙ୍କ ଅନୁରୋଧକୁ ସମ୍ମାନ ଜଣାଇ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସେ କହିଛନ୍ତି । 

ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦି ପ୍ରାଣୀଙ୍କ ଚିକିତ୍ସା ଓ ଟୀକାକରଣ ଉପରୁ ୟୁଜର୍ସ ଫି ଛାଡ଼ କରାଯାଇଛି ।  ମାର୍ଚ୍ଚ ୧ ରୁ ଏହି ନିଃଶୁଳ୍କ ଚିକିତ୍ସା ସୁବିଧା ପାଇବେ ରାଜ୍ୟବାସୀ । ଦେୟମୁକ୍ତ ସାର୍ବଜନୀନ ପ୍ରାଣୀଚିକିତ୍ସା ଓ ପ୍ରାଣୀସମ୍ପଦର ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନିଆଯାଇଛି । ଏହି ନିଷ୍ପତି ନିଶ୍ଚିତ ଭାବରେ ଗୋପାଳକ ତଥା ପ୍ରାଣୀସମ୍ପଦ ବିଭାଗ ପ୍ରତି ଇଚ୍ଛା ରଖୁଥିବା ଚାଷୀ ଭାଇ ଓ ଭଉଣୀମାନଙ୍କ ପାଇଁ ସହାୟକ ହେବ ବୋଲି ମନ୍ତ୍ରୀ କହିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.