ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ଉତ୍ତମ ମହାନ୍ତିଙ୍କୁ କରାଗଲା ଏୟାରଲିଫ୍ଟ

Published By : Prameya | February 8, 2025 9:24 PM

ଭୁବନେଶ୍ବର,୮।୨ : ଓଲିଉଡ ଅଭିନେତା ଉତ୍ତମ ମହାନ୍ତିଙ୍କୁ  ଏୟାରଲିଫ୍ଟ।  ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରୁ ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି। ସେ ଲିଭ୍‌ର ସିରୋସିସ୍‌ ରୋଗରେ  ଆକ୍ରାନ୍ତ ଅଛନ୍ତି। ଗତ ୩ ଦିନ ହେଲା ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ରହି  ଚିକିତ୍ସିତ ହେଉଥିଲେ।  ସ୍ବାସ୍ଥାବସ୍ଥା ଅଧିକ ବିଗିଡ଼ିବାରୁ ଭେଣ୍ଟିଲେଟ୍‌ର ଲଗାଇଯାଇ  ତାଙ୍କ ଚିକିତ୍ସା କରାଯାଉଥିଲା।  ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଥିଲା। ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି। 

 ଉତ୍ତମ ମହାନ୍ତି ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମ । ଓଲିଉଡ୍‌ ଦଣ୍ଡା ବାଳୁଙ୍ଗା ରୂପେ ପରିଚିତ ଉତ୍ତମ ମହାନ୍ତି ୧୯୭୭ରେ ସାଧୁ ମେହେରଙ୍କ ନିର୍ଦ୍ଦେଶିତ ‘ଅଭିମାନ’ ଫିଲ୍ମ ଜରିଆରେ ଓଡିଆ ସିନେମା ଜଗତରେ ଡେବ୍ୟୁ କରିଥିଲେ । ଏହାପର ଠାରୁ ଆଉ ପଛକୁ ଫେରିନାହାନ୍ତି ଉତ୍ତମ ମହାନ୍ତି । ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଓଲିଉଡ୍‌ରେ ଏକ ନୂଆ ଟ୍ରେଣ୍ଡ ସେଟ୍ କରିଥିଲେ ଉତ୍ତମ । ବର୍ତ୍ତମାନ ଯାଏ ୧୩୫ରୁ ଅଧିକ ଫିଲ୍ମରେ ଅଭିନୟ କରିସାରିଛନ୍ତି ଉତ୍ତମ ମହାନ୍ତି । ଯେଉଁଥିରେ ତାଙ୍କର ନିଖୁଣ ଅଭିନୟ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି ।

 ଏପିରିକି ଉତ୍ତମ ମହାନ୍ତିଙ୍କ ନିଖୁଣ ଅଭିନୟ ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ପରି ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ତେବେ ଉତ୍ତମଙ୍କ ଅଭିନୀତ ଦଣ୍ଡା ବାଳୁଙ୍ଗା ତାଙ୍କୁ ଘରେ ଘରେ ବେଶ୍ ପରିଚିତ କରିଥିଲା । ୧୯୮୭ ମସିହାରେ ଓଲିଉଡ୍‌ ରେ କ୍ୱିନ୍ ଅପରାଜିତଙ୍କୁ ବିବାହ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.