ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଉତ୍ତରାଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା; ପିଥୋରାଗଡ଼ରେ ୧୫୦ ଫୁଟ ତଳକୁ ଖସିଲା ଯାତ୍ରୀବାହୀ ଟାକ୍ସି

Published By : Soubhagya Ranjan | July 15, 2025 10:58 PM

Image source: TV9

ନୂଆଦିଲ୍ଲୀ,୧୫/୦୭: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୁବାନିରୁ ବକ୍ତା ଯାଉଥିବା ଏକ ଟ୍ୟାକ୍ସି ନିୟନ୍ତ୍ରଣ ହରାଇ ୧୫୦ ମିଟର ଗଭୀର ଖାଇକୁ ଖସି ପଡ଼ିଥିଲା। ସୋନି ସେତୁ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଟ୍ୟାକ୍ସିରେ ମୋଟ ୧୩ ଜଣ ଥିବା ବେଳେ ସେଥିରେ ୭ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା, ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। 

ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପିଥୋରାଗଡ଼ ଜିଲ୍ଲା ପୋଲିସ-ପ୍ରଶାସନର ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ଖାଇରୁ ବାହାର କରି ପ୍ରାଥମିକ ଚିକିତ୍ସା ପାଇଁ ଡାକ୍ତରଖାନା ପଠାଯାଇଛି। ଦୁର୍ଘଟଣାର କାରଣ ସମ୍ପର୍କରେ ଜାଣିବା ପାଇଁ ତଦନ୍ତ କରାଯାଉଛି। ପ୍ରାଥମିକ ଦୃଷ୍ଟିରୁ ସନ୍ଦେହ କରାଯାଉଛି ଯେ ଟ୍ୟାକ୍ସିଟି ନିୟନ୍ତ୍ରଣ ହରାଇ ଖସିପଡ଼ିଥିଲା।

ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଜିଲ୍ଲା ମୁଖ୍ୟାଳୟରୁ ପ୍ରାୟ ୫୨ କିଲୋମିଟର ଦୂରରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୭ ଜଣ ପ୍ରାଣ ହରାଇଛନ୍ତି। ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଗ୍ରାମବାସୀ ଏବଂ ପୋଲିସ ସହାୟତାରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ମଧ୍ୟ ଦୁର୍ଘଟଣା ଉପରେ ଦୁଃଖ ପ୍ରକାଶ କରିଛନ୍ତି। ସେ ପୋଷ୍ଟରେ ଲେଖିଛନ୍ତି, "ପିଥୋରାଗଡ଼ ଜିଲ୍ଲାର ମୁବାନି ଅଞ୍ଚଳରେ ଗାଡ଼ି ଦୁର୍ଘଟଣା ସମ୍ପର୍କରେ ଅତ୍ୟନ୍ତ ଦୁଃଖଦ ଖବର ମିଳିଛି। ମୁଁ ଭଗବାନଙ୍କୁ ପ୍ରାର୍ଥନା କରୁଛି ଯେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ଆତ୍ମାକୁ ତାଙ୍କ ପାଦରେ ସ୍ଥାନ ଦିଅନ୍ତୁ ଏବଂ ଶୋକସନ୍ତପ୍ତ ପରିବାରକୁ ଏହି ଅପାର ଯନ୍ତ୍ରଣା ସହ୍ୟ କରିବାକୁ ଶକ୍ତି ଦିଅନ୍ତୁ। ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।"






Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.