ପ୍ରମୂଖ ଖବର
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଲେ ଭି. କୀର୍ତ୍ତି ଭାଷନ; କହିଲେ ଗଞ୍ଜାମକୁ ଏକ ନମ୍ବର କରିବାକୁ ଦିଆଯିବ ଗୁରୁତ୍ୱ

Published By : Swapna Ray | July 28, 2025 12:47 PM

ଛତ୍ରପୁର, ୨୮।୭: ଗଞ୍ଜାମ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଭି. କୀର୍ତ୍ତି ଭାଷନ ଦାୟିତ୍ୱ ଗ୍ରହଣ କରିଛନ୍ତି l ୨୦୧୮ବ୍ୟାଚ୍‌ର ଆଇଏଏସ୍ ଅଫିସର ଶ୍ରୀ କୀର୍ତ୍ତି ଭାଷନ ଦାୟିତ୍ୱ ଗ୍ରହଣ କରି ଲୋକଙ୍କ ଅଭିଯୋଗ ଶୁଣାଣିକୁ ପ୍ରଥମ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଯେପରି ଗୁରତ୍ୱ ଦେଇ ଆସିଛନ୍ତି, ସେହିପରି ଜିଲ୍ଲାସ୍ତରଠାରୁ ପଞ୍ଚାୟତସ୍ତର ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି କରାଯିବ । ଜିଲ୍ଲାର ଉନ୍ନୟନ କାର୍ଯ୍ୟରେ ସମସ୍ତ ସହଯୋଗରେ କରାଯିବ । ଜିଲ୍ଲାର ପୂର୍ବ ଅଭିଜ୍ଞତା ରହିଛି ତାହାକୁ ନେଇ କାର୍ଯ୍ୟ କରିବାକୁ ଚେଷ୍ଟା କରିବି । ଯେପରି ଗଞ୍ଜାମ ଜିଲ୍ଲା ଓଡ଼ିଶାରେ ନମ୍ବର ୧ ହୋଇପାରିବ ସେନେଇ ସମସ୍ତ କ୍ଷେତ୍ରରେ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ ନୂଆ ଜିଲ୍ଲାପାଳ l 

ଜିଲ୍ଲାପାଳ ପୂର୍ବରୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରି ଆସିଛନ୍ତି l ସେ ଏହା ପୂର୍ବରୁ କୋରାପୁଟ ଜିଲ୍ଲାପାଳ ଥିଲେ l ଜିଲ୍ଲାପାଳ ଦାୟିତ୍ୱ ନେବା ପୂର୍ବରୁ ମା’ ତାରାତାରିଣୀଙ୍କ ମନ୍ଦିର ଯାଇ ମା’ ଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ l ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଦେବ ଦତ୍ତ ପଣ୍ଡା, ଉପଜିଲ୍ଲାପାଳ ଛତ୍ରପୁର ଶିବାଶିଷ ବରାଳଙ୍କ ସମେତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହି ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ l  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.