ପ୍ରମୂଖ ଖବର
  • କ୍ରିକେଟର ସବୁ ଫର୍ମାଟକୁ ବାଏ ବାଏ କହିଲେ ପିୟୂଷ ଚାୱଲା
  • ||
  • ଭୁବନେଶ୍ୱର ରେଳ ଭବନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଅଗଷ୍ଟ ୩ରେ NEET PG, ନୂଆ ତାରିଖ ନେଇ NBEକୁ ସମୟ ଦେଲେ ସୁପ୍ରିମକୋର୍ଟ
  • ||
  • ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ସବୁ ଋତୁରେ ସହଜ ହେବ ଜମ୍ମୁରୁ ଶ୍ରୀନଗର ଯାତ୍ରା
  • ||
  • RBIର ବଡ଼ ଉପହାର; ଶସ୍ତା ହେବ ଘର-ଗାଡି EMI ,୦.୫୦% କମିଲା ରେପୋ ରେଟ୍
  • ||
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ଉପମୁଖ୍ୟମନ୍ତ୍ରୀଙ୍କ ଖପ୍ରାଖୋଲ ବ୍ଲକ ଗସ୍ତ,ବିଭିନ୍ନ ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

Published By : Suraj Kumar | June 4, 2025 4:14 PM

ଖପ୍ରାଖୋଲ,୪।୬ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପରିସର ପଡ଼ିଆରେ ବିକଶିତ କୃଷି ସଂକଳ୍ପ ଅଭିଯାନ ରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଏହି ଅବସରରେ ବ୍ଲକ କୃଷି ଅଧିକାରୀ ସନ୍ତୋଷ ମେହେର ଙ୍କ ନେତୃତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା। 

ଏଥିରେ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବାବୁଲି ଚରଣ ସେଠୀ , ବଲାଙ୍ଗୀର ମୁଖ୍ୟ ଗବେଷକ କୃଷି ବିଜ୍ଞାନ କେନ୍ଦ୍ର ସତ୍ୟମୟ ଶତପଥୀ, କଟକ ବରିଷ୍ଠ ବୈଜ୍ଞାନିକ, ରାଷ୍ଟ୍ରୀୟ ଧାନ ଗବେଷଣା କେନ୍ଦ୍ର ଡା .ଏନ ଏନ  ଜାମବେଳକର, ପାଟଣାଗଡ ଉପ ଉଦ୍ୟାନ କୃଷି ଅଧିକାରୀ ପ୍ରମୋଦ କୁମାର ସେଠୀ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଶ୍ରୀ ସିଂଦେଓ ବିଜ୍ଞାନ ଯୁଗରେ ଆଧୁନିକ କରଣ ଭାବରେ ଚାଷ କରିବା ପାଇଁ ଉଦବୋଧନ ଦେଇଥିଲେ ।  

ବ୍ଲକ ଅଞ୍ଚଳର କାଦୋପାନି, କୁସୁମକାନି, ଭେଲୁଆଖୋଲ, ଘୁଚାପାଲି , ଫୁଲଝର, ଭରୁଆମୁଣ୍ଡା ଗ୍ରାମ ର ନୂତନ ଭାବେ ନିର୍ମାଣ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ର ଶୁଭ ଉଦଘାଟନ କରିଥିଲେ । ଏହି ଅବସରରେ ପାଟଣାଗଡ ଏସ ଡି ପି ଓ ସଦାନନ୍ଦ ପୁଝାରୀ, ବି ଡି ଓ ବିବେକାନନ୍ଦ ଷଡଙ୍ଗୀ, ଏ ଏ ଇ ଶ୍ୟାମ କୁମ୍ଭାର, ଜେ ଇ ଚିନ୍ମୟ ପ୍ରଧାନ ଓ ଶତାଧିକ ଜନସାଧାରଣ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.