ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ପଶ୍ଚିମବଙ୍ଗ ପରେ କର୍ଣ୍ଣାଟକ: ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା, ୩ ଅଭିଯୁକ୍ତ ଗିରଫ

ବେଙ୍ଗାଲୁରୁ: କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ୩୧ ବର୍ଷୀୟା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଦେଶରେ ଆକ୍ରୋଶ ବଢ଼ିବାରେ ଲାଗିଛି । ଏହାରି ଭିତରେ ପୁଣି ଥରେ କର୍ଣ୍ଣାଟକରେ ଯୁବତୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ଦେଶର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । କର୍ଣ୍ଣାଟକର ବିଦାର ସହରରେ ଜଣେ ୧୮ ବର୍ଷୀୟା ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଜଣାପଡ଼ିଛି । ଏହି ମାମଲାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି । 

ସେପଟେ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଆନ୍ଦୋଳନ ମଧ୍ୟ ତୀବ୍ର ହେବାରେ ଲାଗିଛି । ମିଳିଥିବା ସୂଚନା ଅନୁସାରେ, ଯୁବତୀଜଣଙ୍କ ଅଗଷ୍ଟ ୨୯ରେ ନିଖୋଜ ହୋଇଯାଇଥିଲେ । ତାଙ୍କର ମୃତଦେହ ସେପ୍ଟେମ୍ବର ୧ରେ ଗୁଣତୀର୍ଥଓ୍ବାଡି ପ୍ରାଥମିକ ସ୍କୁଲ ପାଖରେ ଥିବା ଏକ ବୁଦାମୂଳରୁ ମିଳିଥିଲା । ପ୍ରଥମେ ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ କରିଥିଲା । କିନ୍ତୁ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହତ୍ୟା ପୂର୍ବରୁ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଜଣାପଡ଼ିଥିଲା । ପୀଡ଼ିତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା ।

ପୋଲିସର ସୂଚନା ଅନୁସାରେ, ଗିରଫ ୩ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ପୀଡ଼ିତାଙ୍କୁ ଦୁଷ୍କର୍ମ କରିବା ସହ ପଥରରେ ତାଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଥିଲା । ଅନ୍ୟ ଦୁଇ ଜଣ ଗାଡ଼ିରେ ତାକୁ ଅପେକ୍ଷା କରିଥିଲେ । ବିଦାର ଏସପି ପ୍ରଦୀପ ଗୁଣ୍ଟେ କହିଛନ୍ତି, ମୁଖ୍ୟ ଅଭିଯୁକ୍ତ ପୀଡ଼ିତାଙ୍କ ସଂପର୍କୀୟ । ସେ ଅନ୍ୟ ଦୁଇ ସାଙ୍ଗଙ୍କ ସହ ମିଶି ଅପରାଧ ଘଟାଇଛି । ସେ ଆହୁରି କହିଛନ୍ତି, ଯୁବତୀଜଣଙ୍କ ଅନୁସୂଚିତ ଜାତିର । ଏସବୁ ଭିତରେ, ଶତାଧିକ ଲୋକେ ହାତରେ ବ୍ୟାନର ଏବଂ ପ୍ଲାକାର୍ଡ ଧରି ବିଦାରରେ ଜୋରଦାର ଆନ୍ଦୋଳନ କରିଛନ୍ତି । ତୀବ୍ର ଆନ୍ଦୋଳନ ଫଳରେ ବିଦାର ସହରରେ ଯାତାୟତ ଠପ ହୋଇପଡ଼ିଛି । ସେପଟେ କର୍ଣ୍ଣାଟକର ମନ୍ତ୍ରୀ ଇଶ୍ବର ଖାଂଡ୍ରେ ପୀଡ଼ିତାଙ୍କ ପରିବାରକୁ ଭେଟିଛନ୍ତି । ସେ ପୀଡ଼ିତାଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

  • Karnataka
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.