ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଧରାପଡ଼ିଲେ କୋଟିପତି ଅବକାରୀ ଏଏସଆଇ, ନଗଦ ୧ ଲକ୍ଷ ୩୫ ହଜାର ଟଙ୍କା ଓ ୩୦୦ ଗ୍ରାମର ସୁନା ଜବତ

ଭୁବନେଶ୍ଵର, ୦୭/୦୯ : ଧରାପଡ଼ିଲେ କୋଟିପତି ଅବକାରୀ ଏଏସଆଇ। ବାଲୁଗାଁ ଅବକାରୀ ଏଏସଆଇ ସୁଦୀପ୍ତ ଦାଶଙ୍କ ଘରୁ ନଗଦ ଲକ୍ଷେ ୩୫ ହଜାର ଟଙ୍କା ଜବତ ହୋଇଛି। ଏହା ସହ ୩୦୦ ଗ୍ରାମର ସୁନା ଜବତ ହୋଇଛି। ସୁଦୀପ୍ତ ଦାଶଙ୍କ ନାଁରେ ନୟାଗଡ଼ରେ ୬ଟି ପ୍ଲଟ୍ ଏବଂ ୨ଟି ଘର ରହିଛି। 

ସୂଚନାନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁ ଅବକାରୀ ଏଏସଆଇଙ୍କ ଘରେ ଭିଜିଲାନ୍ସ  ରେଡ୍ ହୋଇଥିଲା । ଖୋର୍ଦ୍ଧା ଓ ନୟାଗଡ଼ର ୪ଟି ସ୍ଥାନରେ ଚଢ଼ାଉ ହୋଇଥିଲା। ଏହି ଚଢାଉରେ ୪ ଜଣ ଡିଏସପି, ୬ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଥିଲେ। ବର୍ତ୍ତମାନ ସୁଦୀପ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି ଭିଜିଲାନ୍ସ। ପ୍ରକାଶ ଥାଉକି ସୁଦୀପ୍ତଙ୍କ ଛଅ ମାସ ତଳେ ବାଲୁଗାଁ ଅବକାରୀ ଏଏସଆଇ ଭାବେ ବଦଳି ହୋଇଥିଲା।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.