ପ୍ରମୂଖ ଖବର
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

MVI ବାବୁଙ୍କ ଅମାପ ସମ୍ପତ୍ତି ଦେଖି ଭିିଜିଲାନ୍ସ ଟିମ୍ ଟେରା; ନଗଦ ଲକ୍ଷାଧିକ ଟଙ୍କା ସହ ୩୬ଟି ପ୍ଲଟ୍‌ ଠାବ

Published By : Harapriya Sethi | August 3, 2025 1:05 PM

ଭୁବନେଶ୍ୱର,୦୩/୦୮: ବୌଦ୍ଧ ଏମଭିଆଇ ଗୋଲପ ଚନ୍ଦ୍ର ହାଁସଦାଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ ଜାରି ରହିଛି । ଏହି ଚଢାଉ ବେଳେ ଗୋଟିଏ ବହୁମହଲା କୋଠା, ୩୬ଟି ପ୍ଲଟ୍, ପ୍ରାୟ ୨୫୦ ଗ୍ରାମ ସୁନା, ୨.୩୮ ଲକ୍ଷ ଟଙ୍କାରୁ ଅଧିକ ନଗଦ, ୫୬ ଲକ୍ଷ ଟଙ୍କାର ବ୍ୟାଙ୍କ୍ ଜମା ଠାବ ହୋଇଛି । କେବଳ ସେତିକି ନୁହେଁ, ସେ ତାଙ୍କ ଝିଅର ମେଡିକାଲ ପାଠ ପଢା ପାଇଁ ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ଜଣାପଡ଼ିଛି । ଏହା ସହ ଗୋଟିଏ ୪ଚକିଆ ଗାଡ଼ି ଏବଂ ୩ଟି ୨ ଚକିଆ ଗାଡ଼ି ମଧ୍ୟ ଠାବ ହୋଇଛି ।

କହିରଖୁ କି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌  । ବାରିପଦା, ବୌଦ୍ଧ ଏବଂ ଭୁବନେଶ୍ୱରର ମୋଟ ୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢାଉ କରୁଛି । ଏନେଇ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ସର୍ଚ୍ଚ ୱାରେଣ୍ଟ ଜାରି ହେବା ପରେ ମୋଟ ୬ ଟି ସ୍ଥାନରେ ଚଢାଉ କରାଯାଉଛି । ଏହି ରେଡ୍‌ରେ ୪ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.