ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ, ଚଢ଼ାଉରେ ୧୪ ଲକ୍ଷ ୮୦ ହଜାର ଜବତ

ରାୟଗଡ଼ା, ୧/୯: କନିଷ୍ଠ ଯନ୍ତ୍ରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ଅନୁସନ୍ଧାନ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଶନିବାର ଭିଜିଲାନ୍ସ ଜାଲରେ ପଡ଼ିଥିଲେ । ରବିବାର ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଅନୁସନ୍ଧାନ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ଘରୁ ନଗଦ ୧୪ ଲକ୍ଷ ୮୦ ହଜାର ଟଙ୍କା, ପ୍ରାୟ ୩୫ ଗ୍ରାମର ସୁନା ଅଳଙ୍କାର ମିଳିଥିବା ସୂଚନା ମିଳିଛି । ସେହିଭଳି ରାୟଗଡ଼ା ଓ ଟିକିରିଠାରେ ଗୋଟିଏ ଲେଖାଏଁ ଘର, ଦୁଇଟି ପ୍ଲଟ୍ ଠାବ ହୋଇଛି । 

ସୂଚନାନୁସାରେ, ଗତକାଲି ରାୟଗଡ଼ା ସହରର ନିଜ ଘରେ ମନରେଗା ମେଟ୍‌ଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଥିଲା ଭିଜିଲାନ୍ସ । ମାଣ୍ଡିବିସି ମନରେଗା ମେଟ୍‌ଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶନିବୈର ସନ୍ଧ୍ୟାରେ ଭିଜିଲାନ୍ସ ଟିମ୍ ଧରିଥିଲା । ରାୟଗଡ଼ା ସହରର ରାଣୀଗୁଡ଼ାସ୍ଥିତ ଘରେ ଟଙ୍କା ସହିତ ଭିଜିଲାନ୍ସ ଧରିବା ପରେ ଯନ୍ତ୍ରୀ ପୂର୍ଣ୍ଣ ଚନ୍ଦ୍ର ଚୌଧୁରୀ ଅସୁସ୍ଥ ହୋଇ ପଡ଼ିଥିଲେ । ଭିଜିଲାନ୍ସ କର୍ତ୍ତୃପକ୍ଷ ତୁରନ୍ତ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଅପରପକ୍ଷରେ ଘଟଣାର ଆହୁରି ତଦନ୍ତ କରୁଛନ୍ତି ଭିଜିଲାନ୍ସ ଅତିରିକ୍ତ ଏସପି ଓ ଇନ୍ସପେକ୍ଟର ତରୁଲତା ବେହେରା । ପରିବାର ସଦସ୍ୟଙ୍କ ଉପସ୍ଥିତିରେ ତାଙ୍କ ଘର ଯାଞ୍ଚ କରୁଛନ୍ତି ଭିଜିଲାନ୍ସ ଅଧିକାରୀ । ଅନ୍ୟପଟେ କନିଷ୍ଠ ଯନ୍ତ୍ରୀ ସୁସ୍ଥ ହେବାପରେ ଭିଜିଲାନ୍ସ ଅଧିକ ତଦନ୍ତ କରିବ ବୋଲି ସୂଚନା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.