ପ୍ରମୂଖ ଖବର
  • ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୧୦ରୁ ଅଧିକ ଆହତ
  • ||
  • ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା, ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ
  • ||
  • ଦାରିଙ୍ଗବାଡିରେ ପ୍ରଥମ ଜିଲ୍ଲା ସ୍ତରୀୟ 'ଇନଭେଷ୍ଟମେଣ୍ଟ ମିଟ୍‌-ଇନଭେଷ୍ଟ କନ୍ଧମାଳ' ଉଦ୍‌ଘାଟିତ
  • ||
  • ଢେଙ୍କାନାଳ : ସୁନା ଦୋକାନର ସଟର ତାଡି ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍‌ରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଆଠଗଡ଼ ବନଖଣ୍ଡରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦନ୍ତା ହାତୀର ଜୀବନ
  • ||
  • ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା, ୧୫୭ ବିଷୟରେ ୪ ଲକ୍ଷ ୧୨ ହଜାର ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍
  • ||
  • କୋରାପୁଟ : ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ମୁହାଁମୁହିଁ ହେବେ ପାକିସ୍ତାନ- ବାଂଲାଦେଶ, ବିଜୟ ପାଇଁ ସବୁ ଶକ୍ତି ଖଟାଇବେ
  • ||
  • ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ,ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୦ ରେକର୍ଡ
  • ||
  • ଗୁରୁବାର ଓଡ଼ିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, କାଲି ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ
  • ||
  • ଆଗକୁ ୮୦ଦିନ ଗ୍ରୀଷ୍ମ ଲହରି, ୨୦୦୯ରୁ ଓଡ଼ିଶାରେ ତାପମାତ୍ରାରେ ସାଂଘାତିକ ବୃଦ୍ଧି
  • ||

ଦୁଇ ଛାତ୍ରୀଙ୍କ ମୃତ୍ୟୁ ଘଟଣା : ବ୍ୟବଚ୍ଛେଦ ରିପୋର୍ଟରେ ହେରଫେର ହୋଇଥିବା ଅଭିଯୋଗ

Published By : Prameya | February 27, 2025 11:01 PM

ମାଲକାନଗିରି /କାଲିମେଳା, ୨୭|୨(ଆପ୍ର ): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍‌ଭି-୭୨ ଗ୍ରାମର ଦୁଇ ଛାତ୍ରୀଙ୍କ ଝୁଲନ୍ତା ଶବ ଜଙ୍ଗଲରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାକୁ ଇତି ମଧ୍ୟରେ ୨ ସପ୍ତାହରୁ ଅଧିକ ସମୟ ବିତିଲାଣି । କିନ୍ତୁ ଏହି ଘଟଣାକୁ ଆତ୍ମହତ୍ୟାର ରୁପ ଦେଇ ପୁଲିସ ଚୁପ୍ ବସିଛି । ପରିବାର ଲୋକଙ୍କ ସମେତ ବିଭିନ୍ନ ସଙ୍ଗଠନ ପୁଲିସ୍‌ର ଭୂମିକା ଓ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ନେଇ ସନ୍ଦେହ ପ୍ରକାଶ କରୁଛନ୍ତି । 

 ଏନେଇ ଗତ ଗୁରୁବାର ଦିନ ଏମଭି ୭୨ ଏବଂ ଏମଭି -୧୨୬ ପଲ୍ଲିମଙ୍ଗଲ କମିଟି ତରଫରୁ ଏମଭି ୧୨୬ ଗ୍ରାମରେ ଏକ ଆଲୋଚନା ସଭା ଡକାଯାଇଥିଲା । ଏହି ସଭାରେ ବିଭିନ୍ନ ସଙ୍ଗଠନର ସଦସ୍ୟ ମାନେ ଯୋଗ ଦେଇ ଏହି ଦୁଇ ଛାତ୍ରୀଙ୍କ ପରିବାରକୁ କିଭଳି ଭାବେ ନ୍ୟାୟ ପ୍ରଦାନ କରାଯାଇପାରିବ ସେ ଦିଗରେ ପଦକ୍ଷେପ ନିଆଯିବା ସହ ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଉଚିତ୍ ନ୍ୟାୟ ପ୍ରଦାନ କରିବାକୁ ସେମାନେ ଦାବି କରିଛନ୍ତି । ଏହା ସହ ବ୍ୟବଚ୍ଛେଦ ରିପୋର୍ଟରେ ହେରଫେର କରାଯାଇ ସତ ଲୁଚାଇବାକୁ ଚେଷ୍ଟା କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି । ପୁଲିସ୍ ଦେଇଥିବା ରିପୋର୍ଟକୁ ଆମେ ବିଶ୍ଵାସ କରୁନୁ । ଏକାଥରକେ ଦୁଇ ଛାତ୍ରୀ  ଆତ୍ମହତ୍ୟା କରିବା ସମ୍ଭବ ନୁହେଁ ,ଏହି ଘଟଣାରେ ମୃତ ଦୁଇ ଛାତ୍ରୀଙ୍କ ପରିବାରକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଲଢେଇ ଜାରି ରଖିବୁ ବୋଲି ସେମାନେ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.