ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀର ଦ୍ୱିତୀୟ ଦିନ, ରାଜ୍ୟରେ ମହିଳା ହିଂସାକୁ ବରଦାସ୍ତ କରାଯିବନି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୯: ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ନେଇ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ । ଲୋକଙ୍କୁ ସରକାରୀ ଯୋଜନାର ସୁଫଳ କେମିତି ସହଜରେ ପହଞ୍ଚିବ ସେନେଇ ଆଲୋଚନା ହୋଇଛି । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବା ସହ ଅପରାଧ କମାଇବା ଉପରେ ଏସପିମାନଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ ଥାନାକୁ ଅଭିଯୋଗ ନେଇ ଆସୁଥିବା ଲୋକଙ୍କୁ ଉତ୍ତମ ବ୍ୟବହାର ଦେବା ନେଇ ଗୁରୁତ୍ଵ ଦେବାକୁ ଦେବେ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଜିଲ୍ଲାପାଳ, ଏସ୍‌ପି ସମ୍ମିଳନୀ ।

ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନିଜ ଉଦବୋଧନରେ କହିଛନ୍ତି, ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗକୁ ପ୍ରାଧାନ୍ୟ ଦିଅନ୍ତୁ ବୋଲି ଆଇପିଏସ୍‌ଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ । ପୋଲିସ ଜନତାସାଧାରଣଙ୍କ ବନ୍ଧୁ ହେଉ ଓ ଅପରାଧୀଙ୍କ ପ୍ରତି ଶୂନ୍ୟ ସହନଶୀଳତା ନୀତି ଆପଣାଇବାକୁ ପରାମର୍ଶ ଦେଇଛନ୍ତି । ମହିଳା ହିଂସା ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ । ମହିଳା ହିଂସା ତଥ୍ୟ ମାଗିଲେ ମୁଖ୍ୟମନ୍ତ୍ରୀ । କହିଲେ, ରାଜ୍ୟରେ ମହିଳା ହିଂସାକୁ ବରଦାସ୍ତ କରାଯିବନି । ଥାନାରେ ମହିଳାଙ୍କୁ ଉଚିତ୍ ବ୍ୟବହାର ପାଇଁ ପରାମର୍ଶ ଦେଲେ । ସପ୍ତାହେ ମଧ୍ୟରେ ମହିଳା ହିଂସାର ତଥ୍ୟ ଦିଅ । ରାତିରେ ଆସୁଥିବା ଅଭିଯୋଗକୁ ଗୁରୁତ୍ୱ ଦେବା ସହ ଅଭିଯୋଗ ଶୁଣି ତରୁନ୍ତ ମାମଲା ରୁଜୁ କରିବାକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ସମ୍ୱୋଧନରେ କହିଛନ୍ତି ଯେ, ଓଡ଼ିଶା ମାଓ ହିଂସାର ଶିକାର ହୋଇଆସୁଥିଲା । ତେଣୁ ବର୍ତ୍ତମାନ ମାଓ ଅଭିଯାନ ଜୋରଦାର ହେବା ସହ ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି । ମାଓ ଦମନ ପାଇଁ ଯାହା ଦରକାର ଯୋଗାଇ ଦିଆଯିବ । ପୋଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ ଯୋଗୁଁ ସ୍ଥିତି ସୁଧୁରିଛି । ୨୦୧୬ ମାର୍ଚ୍ଚ ସୁଦ୍ଧା ମାଓ ଲଢ଼େଇ ଶେଷ ହେବ ବୋଲି କହିଛନ୍ତି । ଅନ୍ୟପଟେ ଓଡ଼ିଶା ପୋଲିସକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି । 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.