ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଜଳୁଛି ବାଙ୍ଗଲାଦେଶ : ଗୋପାଳଗଞ୍ଜରେ ହିଂସାକାଣ୍ଡ, ୪ ମୃତ

Published By : Rasmita Pradhan | July 17, 2025 10:14 AM

ନୂଆଦିଲ୍ଲୀ, ୧୭/୦୭ : ବାଙ୍ଗଲାଦେଶ ପୁଣି ଅଶାନ୍ତ। ଗୃହଯୁଦ୍ଧରେ ଜଳୁଛି ପଡୋଶୀ ଦେଶ। ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ସହର ଗୋପାଳଗଞ୍ଜରେ ବୁଧବାର ନ୍ୟାସନାଲ ସିଟିଜେନ ପାର୍ଟି ଦ୍ଵାରା ଆୟୋଜିତ ରାଲିରେ ଭୀଷଣ ହିଂସାକାଣ୍ଡ ହୋଇଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣ ପାଇଁ ବୁଧବାର ରାତି ୮ଟାରୁ ୨୨ ଘଣ୍ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ହୋଇଛି। ଉପଦ୍ରବକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମହମ୍ମଦ ୟୁନୁସ କହିଛନ୍ତି। 

ବାଙ୍ଗଲାଦେଶ ଖବରକାଗର ଡେଲି ଷ୍ଟାର ରିପୋର୍ଟ ଅନୁଯାୟୀ, ନ୍ୟାସନାଲ ସିଟିଜେନ୍ ପାର୍ଟି ପକ୍ଷରୁ ଏକ ରାଲି ଆୟୋଜନ କରାଯାଇଥିଲା। ଏହାକୁ ଶେଖ ହସିନାଙ୍କ ପାର୍ଟି ଆବାମୀ ଲିଗ୍ ପକ୍ଷରୁ ବିରୋଧ କରାଯାଇଥିଲା। ଉପଦ୍ରବକାରୀମାନେ ଏନସିପିର ରାଲିକୁ ଅଟକାଇବାକୁ ଚେଷ୍ଟା କରିଥିଲେ। ବହୁ ସ୍ଥାନରେ ଗଛ କାଟି ରାସ୍ତା ଅବରୋଧ କରିଥିଲେ। ଏପରିକି ଅସ୍ତ୍ରଶସ୍ତ୍ର ଧରି ଡରାଇବା ଧମକାଇବାକୁ ଚେଷ୍ଟା କରିଥିଲେ। ଏହାପରେ ଆବାମୀ ଲିଗ୍‌ର କାର୍ଯ୍ୟକର୍ତ୍ତା ଏବଂ ନ୍ୟାସନାଲ ସିଟିଜେନ୍ ପାର୍ଟିର କର୍ମକର୍ତ୍ତାଙ୍କ ମଧ୍ୟରେ ଏହି ହିଂସାକାଣ୍ଡ ହୋଇଥିଲା। ଭିଡ଼ ନିୟନ୍ତ୍ରଣ କରିବାକୁ ଯାଇ ସୁରକ୍ଷା ବାହିନୀ ଫାଇରିଂ କରିଥିଲା। ଏହି ହିଂସାକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କର ଚିକିତ୍ସା ଚାଲିଛି।

ଏଭଳି ଅଭାବନୀୟ ଘଟଣା ପାଇଁ ଏନସିପି ଏବଂ ଆବାମୀ ଲିଗ୍ ପାର୍ଟି ପରସ୍ପରକୁ ଦାୟୀ କରିଛନ୍ତି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ସେନା ଗୁଳିରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏହି ହିଂସାକାଣ୍ଡ ପରେ ନିର୍ବାସିତ ହୋଇ ଭାରତରେ ରହୁଥିବା ଶେଖ ହସିନାଙ୍କ ଅଡ଼ୁଆ ବଢିପାରେ। ତାଙ୍କ ପାର୍ଟି ଉପରେ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି। ପୂର୍ବରୁ ଆଗାମୀ ଲିଗର ସମସ୍ତ ରାଜନୈତିକି ଗତିବିଧି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ହିଂସାକାଣ୍ଡ ପରେ ଏବେ ସରକାର ଆହୁରି କଠୋର ହୋଇପାରନ୍ତି ବୋଲି ଅନୁମାନ କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.