ପ୍ରମୂଖ ଖବର
  • ପୁରୀ : ୧୧ ଦିନର ସେବା ପରେ ସୁସ୍ଥ ହୋଇଛନ୍ତି ଶ୍ରୀଜିଉ, ପୁଣି ବଡ଼ଦେଉଳରେ ବାଜିଲା ବିଜେ କାହାଳୀ ଓ ଘଣ୍ଟ
  • ||
  • ଭୁବନେଶ୍ଵର : ଏବେ ବି ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ମୟୂରଭଞ୍ଜରେ ସବୁଠୁ କମ୍
  • ||

ଏଥର ରଥଯାତ୍ରା ଦିନ ମନ୍ଦିର ଭିତରକୁ VIP ପ୍ରବେଶ ମନା : ଆଇନ ମନ୍ତ୍ରୀ

ଭୁବନେଶ୍ଵର, ୦୧/୦୭ : ଚଳିତ ବର୍ଷ ରଥଯାତ୍ରାରେ ଶୃଙ୍ଖଳା ଓ ମହିଳା ସୁରକ୍ଷାକୁ ଆଇନ ମନ୍ତ୍ରୀଙ୍କ ପ୍ରାଥମିକତା। ରଥଯାତ୍ରା ଦିନ ମନ୍ଦିର ଭିତରକୁ VIPଙ୍କ ପ୍ରବେଶ ମନା। ଆସନ୍ତାକାଲି ଏନେଇ ପୁରୀରେ ଚୂଡ଼ାନ୍ତ ସମୀକ୍ଷା ବୈଠକ କରିବେ ମୁଖ୍ୟମନ୍ତ୍ରୀ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି। ସମସ୍ତଙ୍କ ମତାମତକୁ ନେଇ ପ୍ରଭୁଙ୍କ ଶୃଙ୍ଖଳିତ ରଥଯାତ୍ରା ସମାପନ ପାଇଁ ଉଦ୍ୟମ ଚାଲିଛି । ରଥଯାତ୍ରା ବେଳେ ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଆଇନ ଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି ବୋଲି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି। 

ସୂଚନାନୁଯାୟୀ, ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାରେ ଦେବେ ଯୋଗ। ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପି ପ୍ରବେଶକୁ ବାରଣ କରାଯାଇଛି। ତେବେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ। 




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.