ପ୍ରମୂଖ ଖବର
  • ଭୁବନେଶ୍ୱର : ସହି ପାରିଲେନି ଘର ମାଲିକଙ୍କ ନିର୍ଯାତନା, ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ
  • ||
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ବିଶାଖାପାଟଣାରେ ଅଘଟଣ; ମନ୍ଦିର ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ

Published By : prameya | April 30, 2025 8:23 AM

ନୂଆଦିଲ୍ଲୀ,୩୦/୦୪: ସକାଳୁ ସକାଳୁ ବଡ଼ ଅଘଟଣ । ଆନ୍ଧ୍ରପ୍ରଦେଶ ବିଶାଖପାଟଣାର ସୀମାଞ୍ଚଳମ ମନ୍ଦିରରେ  ଭୁଶୁଡ଼ିଲା ପାଚେରି। ଫଳରେ ୮ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି। ସେହିପରି ୧୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସମସ୍l ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ପାଚେରି ଭୁଶୁଡିଥିବା ନେଇ ଜଣାପଡ଼ିଛି। 

ସୂଚନା ମୁତାବକ,  ଗତକାଲି ରାତିରେ ସୀମାଞ୍ଚଳମ ମନ୍ଦିରରେ ଚନ୍ଦନ ଯାତ୍ରା ଚାଲିଥିଲା । ଏହି ସମୟରେ ପ୍ରବଳ ବର୍ଷା ହୋଇଥିଲା,ଯାହା  ଫଳରେ ପାଚେରି ଭୁଶୁଡ଼ି ପଡ଼ିବାରୁ ଏଭଳି ଅଘଟଣ ଘଟିଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ ଟିମ୍ ନିୟୋଜିତ ଥିଲେ।  ଏହି ଘଟଣାକୁ ନେଇ ଜିଲ୍ଲାପାଳ ହରେନ୍ଦ୍ର ପ୍ରସାଦ କହିଛନ୍ତି ଯେ, NDRF ଏବଂ SDRF ଦଳ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆହତମାନଙ୍କୁ ଡାକ୍ତରଖାନାକୁ ନିଆଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବିପର୍ଯ୍ୟୟ ଏବଂ ଗୃହମନ୍ତ୍ରୀ ଭାଙ୍ଗାଲାପୁଡି ଅନିତା ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟର ସମୀକ୍ଷା କରିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.