ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ନୂଆପଡ଼ା ଗାଁରେ ବ୍ୟାପୁଛି ଝାଡ଼ାବାନ୍ତି, ୬୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ଟିଟିଲାଗଡ଼,୨୫/୦୮: ଦ୍ରୁତ ଗତିରେ ବ୍ୟାପୁଛି ଡାଇରିଆ । ନୂଆପଡ଼ା ଗାଁରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଲେଣି ୬୦ରୁ ଉର୍ଦ୍ଧ୍ୱ ଲୋକ । ତନ୍ମଧ୍ୟରୁ ୪ଜଣ ଗୁରୁତର ରୋଗୀଙ୍କୁ ବଲାଙ୍ଗୀର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଝାଡ଼ାବାନ୍ତି ଅଗଷ୍ଟ ମାସ ୨୧ ତାରିଖରୁ ଆରମ୍ଭ ହୋଇଛି । ବଲାଙ୍ଗୀର ଜିଲ୍ଲା ଗୁଡ଼ଭେଲା ବ୍ଳକ ନୂଆପଡ଼ା ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି । 

ସୂଚନା ଅନୁଯାୟୀ, ନୂଆପଡ଼ା ଗାଁରେ ବ୍ୟାପୁଛି ଝାଡ଼ାବାନ୍ତି । ଏହା ଦ୍ରୁତ ଗତିରେ ବ୍ୟାପୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟିହୋଇଛି । ତିନିଦିନ ଭିତରେ ଏହା ସାରା ଗାଁକୁ ବ୍ୟାପିଗଲାଣି । ଫଳରେ ୬୦ରୁ ଉର୍ଦ୍ଧ୍ୱ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏନେଇ ସୂଚନା ପାଇବା ପରେ ଭ୍ରାମ୍ୟମାଣ ହେଲଥ ୟୁନିଟ୍ ସମେତ ଆଶାକର୍ମୀ, ସ୍ୱାସ୍ଥ୍ୟକର୍ମୀ ଗାଁରେ ପହଞ୍ଚି ସ୍ୱାସ୍ଥ୍ୟସେବା ଜାରି ରଖିଛନ୍ତି । ଦୂଷିତ ପାଣି ପିଇବା ଯୋଗୁ ଝାଡ଼ାବାନ୍ତି ବ୍ୟାପୁଥିବା ଅନୁମାନ କରାଯାଉଛି । ତେଣୁ ବିଶୁଦ୍ଧ ଜଳଯୋଗାଣ ପାଇଁ ଗାଁ ମୁଣ୍ଡରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଏକ ଟାଙ୍କି ତିଆରି କରାଯାଇଛି। ଉକ୍ତ ଟାଙ୍କିରୁ ସମଗ୍ର ଗାଁକୁ ଜଳଯୋଗାଣ କରାଯାଉଛି । 

ଅନ୍ୟପଟେ ପ୍ରଶାସନିକ ଅଧିକାରୀମାନେ ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଅସ୍ଥାୟୀ କ୍ୟାମ୍ପ ଖୋଲି ରୋଗୀଙ୍କ ଚିକିତ୍ସା କରାଯାଉଛି । ଡାଇରିଆ ସଂକ୍ରମଣ ରୋକିବାକୁ ଗଳିକନ୍ଦି, ରାସ୍ତାରେ ବ୍ଲିଚିଂ ପାଉଡର ସିଞ୍ଚନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରାମବାସୀଙ୍କୁ ସତର୍କତା ଅବଲମ୍ୱନ କରିବାକୁ ସଚେତନ କରାଯିବା ସହ ଚିକିତ୍ସା ପାଇଁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ ନେବାକୁ କୁହାଯାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.