ପ୍ରମୂଖ ଖବର
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପ୍ରସ୍ତୁତି, ପବିତ୍ର ସ୍ନାନଯାତ୍ରା ଓ ରଥଯାତ୍ରାର ନୀତି ନିର୍ଘଣ୍ଟ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବ ବୈଠକ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||
  • କାଳବୈଶାଖୀ ଆସିବ, ଆଶ୍ୱସ୍ତି ଦେବନି: ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା କମ୍
  • ||

ଭୋଟର ପଞ୍ଜିକରଣ ଅଧିକାରୀଙ୍କ ସମୀକ୍ଷା ବୈଠକ

Published By : Prameya | May 16, 2025 10:47 PM

ବୌଦ୍ଧ,୧୬/୫  : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଶୁକ୍ରବାର ସନ୍ଧ୍ୟାରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଭୋଟର ପଞ୍ଜିକରଣ ଦାୟିତ୍ୱରେ ରହିଥିବା ବୁଥସ୍ତରୀୟ ଅଧିକାରୀ,ସୁପରଭାଇଜର ଓ ପଞ୍ଜିକରଣ ଅଧିକାରୀମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୮୫ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଭୋଟର ପଞ୍ଜିକରଣ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ଓ  ୮୬ ବୌଦ୍ଧ ନିର୍ବାଚନ ମଣ୍ଡଳୀର ଭୋଟର ପଞ୍ଜିକରଣ ଅଧିକାରୀ ତଥା ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ,  ବୁଥସ୍ତରୀୟ ଅଧିକାରୀ, ସୁପରଭାଇଜରମାନଙ୍କ ସହିତ ଭୋଟର ତାଲିକା ପ୍ରସ୍ତୁତି ନେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । 

ବୈଠକରେ ମୁଖ୍ୟତଃ ଜିଲ୍ଲାରେ ଥିବା ଶହେ ବର୍ଷ କିମ୍ବା ତଦୁର୍ଦ୍ଧ ବୟସ୍କ ଭୋଟରମାନଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କ ଘରକୁ ଯାଇ ତଥ୍ୟ ସଂଗ୍ରହ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଫର୍ମ ୬,୭ ଓ ୮ ରେ ଆବେଦନ କରିଥିବା ଭୋଟରମାନଙ୍କ ଫର୍ମକୁ  ଠିକ୍ ସମୟ ମଧ୍ୟରେ କିପରି ଫଇସଲା କରାଯିବ,ଅଧିକରୁ ଅଧିକ ମହିଳା ଭୋଟର ତାଲିକାଭୁକ୍ତ କରିବାକୁ ଆଲୋଚନା କରାଯାଇଥିଲା । ବୁଥସ୍ତରୀୟ ଅଧିକାରୀମାନେ ଠିକ୍ ଭାବରେ କାର୍ଯ୍ୟ ସଂପାଦନ କରୁଛନ୍ତିକି ନାହିଁ ତାହା ତଦାରଖ କରିବା ,ଇପି ରେସିଓ ଏବଂ ଜେଣ୍ଡର ରେସିଓ କିପରି ବୃଦ୍ଧି କରାଯାଇପାରିବ ସେ ସଂପର୍କରେ ଆଲୋଚନା କରାଯାଇଥିଲା । 

ଶେଷରେ ଡେପୁଟି କଲେକ୍ଟର(ନିର୍ବାଚନ) ତୃପ୍ତିମୟୀ ଜେନା ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧ ତହସିଲଦାର ଅନୀତା କୁମାର ସାହୁ,କଣ୍ଟାମାଳ ତହସିଲଦାର ଶ୍ୱେତପଦ୍ମା ଯୋଷୀ,ହରଭଙ୍ଗା ତହସିଲଦାର ବଳଦେବ ବେହେରା,ନିର୍ବାଚନ ବିଭାଗର ସରୋଜ ବେହେରା,ଜିତେନ୍ଦ୍ର ମେହେର,ରିତାଞ୍ଜଳୀ କହଁର ପ୍ରମୁଖ ଉପସ୍ଥିତ ଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.