ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

୨୩ରେ କଣ୍ଟାମାଳର ୨ଟି ବୁଥ୍‌ରେ ପୁଣି ଭୋଟ୍‌, ୨୬ ଓ ୨୮ ନମ୍ବର ବୁଥ୍‌ରେ ସକାଳ ୭ରୁ ଅପରାହ୍ନ ୪ଟା ଯାଏଁ ମତଦାନ

ଭୁବନେଶ୍ୱର, ୨୨।୫: ଆସନ୍ତା ୨୩ ତାରିଖରେ କନ୍ଧମାଳ ଲୋକସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭାର ୨ଟି ବୁଥ୍‌ରେ ପୁଣି ହେବ ମତଦାନ । କଣ୍ଟାମାଳର ବୁଥ୍‌ ନମ୍ୱର ୨୬ ଓ ୨୮ରେ ସକାଳ ୭ରୁ ଅପରାହ୍ନ ୪ଟା ଯାଏଁ ଭୋଟିଂ ହେବ । ଭାରତ ନିର୍ବାଚନ ଆୟୋଗ(ଇସିଆଇ) ଙ୍କ ନିର୍ଦ୍ଦେଶ ଅନୁସାରେ ପୁଣି ମତଦାନ ହେବ । 

ଏହି ନିର୍ବାଚନମଣ୍ଡଳୀର ସମସ୍ତ ପ୍ରାର୍ଥୀ ଓ ବୁଥର ସମସ୍ତ ଭୋଟରଙ୍କୁ ଏ ସମ୍ପର୍କରେ ସୂଚନା ଦେବା ପାଇଁ ଉଭୟ ବୌଦ୍ଧ ଓ କନ୍ଧମାଳର ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କୁ ଇସିଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ଭାବେ ଇସିଆଇ ନିଯୁକ୍ତ କରିଛନ୍ତି । ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଲୋକସମ୍ପର୍କ ଅଧିକାରୀ ବିନାୟକ ମିଶ୍ର ଏହି ସୂଚନା ଦେଇଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.