ପ୍ରମୂଖ ଖବର
  • ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଘରେ ବସି ଖାଉଥିବା ବେଳେ ଭୁଶୁଡ଼ିଲା ମାଟି କାନ୍ଥ, ଭଉଣୀ ମୃତ ଭାଇ ଆହତ

Published By : Rasmita Pradhan | March 18, 2025 8:03 AM

ଭୁବନେଶ୍ଵର, ୧୮/୦୩ : ଘରେ ବସି ଖାଉଥିବା ବେଳେ ଅଘଟଣ। ମାଟି କାନ୍ଥ ଭୁଶୁଡ଼ି ଭଉଣୀ ମୃତ ଭାଇ ଆହତ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ବଡ଼ରମ୍ପାସ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ନାବାଳିକା ହେଉଛନ୍ତି ନିରାକାର ସାହୁଙ୍କ ଝିଅ ସ୍ନେହଲତା। 

ସୂଚନାନୁଯାୟୀ, ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ବଡରମ୍ପାସ ଗାଁରେ ମଙ୍ଗଳବାର ସକାଳୁ ଏକ ବଡ଼ ଅଘଟଣ ଘଟିଛି। ନିରାକାର ସାହୁଙ୍କ ୮ବର୍ଷର ଝିଅ ସ୍ନେହଲତା ଓ ମହେଶ୍ବର ସାହୁଙ୍କ ୫ବର୍ଷର ପୁଅ ସାଇ ପ୍ରସାଦ ଉଭୟ ସମ୍ପର୍କରେ ଭାଇ ଭଉଣୀ। ଦୁହେଁ ସ୍କୁଲ ଯିବା ପାଇଁ ଘରେ ବସି ଖାଉଥିବା ସମୟରେ ତାଙ୍କ ଉପରେ ହଠାତ୍ ମାଟି କାନ୍ଥ ଭୁଶୁଡ଼ି ପଡିଥିଲା। ଫଳରେ ସ୍ନେହଲତା ଗୁରୁତର ହୋଇଥିବା ବେଳେ ସାଇ ପ୍ରସାଦ ଆହତ ହୋଇଥିଲେ। ପରିବାର ଲୋକେ ଭାଇ ଭଉଣୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ସ୍ନେହଲତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଘଟଣା ପରେ ମୃତକଙ୍କ ପରିବାରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। 

ଏହି ଖବରଟିକୁ ପଢନ୍ତୁ-କାଳବୈଶାଖୀ ଆଣିବ ଆଶ୍ୱସ୍ତି, କାଲିଠୁ ଖସିବ ତାତି: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.