ପ୍ରମୂଖ ଖବର
  • ସମ୍ୱଲପୁର : ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିପଡ଼ିଲା ଗୋଟିଏ ବଗି
  • ||
  • କନ୍ଧମାଳ : ଜଙ୍ଗଲରେ ଅବକାରୀ ବିଭାଗ ସ୍ୱାତନ୍ତ୍ର ସ୍କ୍ୱାର୍ଡର ଚଢାଉ, ୮୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||
  • କେନ୍ଦୁଝର : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌, ୩ ଆହତ
  • ||
  • ପୁରୀ : ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ପିଟିପିଟି ହତ୍ୟା, ତଦନ୍ତ କରୁଛି ପୋଲିସ
  • ||
  • ବଲାଙ୍ଗୀର : ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ, କାରଣ ଅସ୍ପଷ୍ଟ
  • ||
  • ୩ ଦିନ ପରେ ସରଗରମ ହୋଇପାରେ ବିଧାନସଭା, ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ମୁହାଁମୁହିଁ ହେବେ ବିରୋଧୀ ଏବଂ ଶାସକ
  • ||
  • ଭୁବନେଶ୍ୱର : ଗାଡ଼ି ସାଇଡ୍ ମରାକୁ ନେଇ ଛାତ୍ର ଏବଂ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ, ଉଭୟଙ୍କ ପକ୍ଷରୁ ଖଣ୍ଡଗିରି ଥାନାରେ ଏତଲା
  • ||
  • କଟକ : ଖବରକାଗଜ ବିତରକଙ୍କୁ ପିଟିଲା PCR, ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||

ଏକ ସମୃଦ୍ଧ ଓଡିଶା ଗଠନ କରି ବରପୁତ୍ରମାନଙ୍କ ସ୍ୱପ୍ନକୁ ନିଶ୍ଚୟ ପୂରଣ କରିବୁ : ମୁଖ୍ୟମନ୍ତ୍ରୀ

Published By : Prameya | April 1, 2025 5:34 PM

ଭୁବନେଶ୍ୱର,୧/୪ : ରାଜ୍ୟ ସରକାର ପ୍ରଥମ ଥର ପାଇଁ ସ୍ୱତନ୍ତ୍ର ଓଡିଶା ଗଠନର ମୁଖ୍ୟ ବିନ୍ଧାଣି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ମାଟି ସତ୍ୟଭାମାପୁରରେ ଆୟୋଜନ କରିଛନ୍ତି ରାଜ୍ୟସ୍ତରୀୟ ଓଡିଶା ଦିବସ କାର୍ଯ୍ୟକ୍ରମ ।  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି ଯେ, ମଧୁବାବୁଙ୍କ ଜନ୍ମମାଟି ସତ୍ୟଭାମାପୁର ହେଉଛି ଆମ ପାଇଁ ଏକ ପବିତ୍ର ସ୍ଥାନ, ଏକ ତୀର୍ଥ । ଏ ସ୍ଥାନକୁ ଓଡିଆ ଜାତୀୟତା ଭାବର ଏକ କେନ୍ଦ୍ର ସ୍ଥଳ ଭାବେ ବିକଶିତ କରାଯିବ ।  

ମୁଖ୍ୟମନ୍ତ୍ରୀ କହିଲେ ଯେ, ଆଜି ଦିନଟି ହେଉଛି ଓଡ଼ିଆ ଅସ୍ମିତାର ଦିବସ। ଓଡ଼ିଆ ସ୍ୱାଭିମାନର ଦିବସ। ଓଡ଼ିଆ ଅସ୍ମିତା, ଓଡ଼ିଆ ସ୍ୱାଭିମାନକୁ ଗୁରୁତ୍ୱ ଦେଇ ଓଡ଼ିଶାବାସୀ ଯେଉଁ ପରିବର୍ତ୍ତନ ଆଣିଥିଲେ, ତାକୁ ସମ୍ମାନ ଦେଇ, ଆଜି ଆମେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ବିନ୍ଧାଣି ମଧୁବାବୁଙ୍କ ଗାଁ’ମାଟିରେ ‘ଓଡ଼ିଶା ଦିବସ’ ପାଳନ କରୁଛୁ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉତ୍କଳ ଗୌରବ ‘ମଧୁସୂଦନ ଦାସଙ୍କ ଜନ୍ମ ସ୍ଥାନର ସମନ୍ୱିତ ବିକାଶ କାର୍ଯ୍ୟକ୍ରମ(Integrated Development of Madhusudan Das’ Birth Place)’ର ଭିତ୍ତିପ୍ରସ୍ତର ରଖିଥିଲେ । ୨୧ କୋଟି ଟଙ୍କା ବିନିଯୋଗରେ ବିକଶିତ ହେଉଥିବା ଏହି କାର୍ଯ୍ୟକ୍ରମରେ ମଧୁବାବୁଙ୍କ ଜନ୍ମ ସ୍ଥାନର ଉନ୍ନତିକରଣ ସହିତ ବ୍ୟାଖ୍ୟାନ କେନ୍ଦ୍ର ନିର୍ମାଣ, ଏନ୍ତୁଡିଶାଳର ଉନ୍ନତିକରଣ, ପ୍ରତିମୂର୍ତ୍ତି ନିର୍ମାଣ, ଅତିଥି ଭବନ, ପାଠାଗାର ଏବଂ ସେଠାରେ ଥିବା ଜଳାଶୟରେ ଲାଇଟ ଆଣ୍ଡ ସାଉଣ୍ଡ ସିଷ୍ଟମ ସ୍ଥାପନ ଆଦି କରାଯିବ । 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ଆମର ବରପୁତ୍ର ମାନେ ଯେଉଁ ତ୍ୟାଗ ଓ ସଂଗ୍ରାମ କରିଯାଇଛନ୍ତି, ସେ ଋଣକୁ ଆମେ କେବେ ବି ସୁଝି ପାରିବୁ ନାହିଁ। ତେବେ, ଏକ ସମୃଦ୍ଧ ଓଡିଶା ଗଠନ କରି ସେମାନଙ୍କ ସ୍ୱପ୍ନକୁ ନିଶ୍ଚୟ ପୂରଣ କରିବୁ । ମଧୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସାଢ଼େ ଚାରି କୋଟି ଓଡ଼ିଶାବାସୀ ଯେତେବେଳେ ଏକଜୁଟ ହୋଇ ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆଗେଇ ଚାଲିବେ, ସେତେବେଳେ ପୃଥିବୀର କୌଣସି ଶକ୍ତି ତାଙ୍କୁ ଅଟକେଇ ପାରିବେ ନାହିଁ। ସାଢ଼େ ଚାରି କୋଟି ଓଡ଼ିଆଙ୍କ ସ୍ୱପ୍ନ ପୂରଣ ହେବ। ଲକ୍ଷ୍ୟ ସଫଳ ହେବ। ଓଡିଶାର ଏହି ମହା ପରିବର୍ତ୍ତନର ଯାତ୍ରାରେ ସମସ୍ତେ ସାମିଲ ହୋଇ ସମୃଦ୍ଧ ଓଡ଼ିଶାର ମହାନ ଲକ୍ଷ୍ୟକୁ ହାସଲ କରିବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.