ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ,୧୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୦୩/୦୯: ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ରାଜ୍ୟରେ ପ୍ରବଳ ବର୍ଷିଛି । ଉପକୂଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇଛି । ତିନି ଘଣ୍ଟା ଭିତରେ ରାଜଧାନୀ ଭୁବନେଶ୍ୱରରେ ୧୨୬ମିମି ବର୍ଷା ହୋଇଛି । କଟକ ଜିଲ୍ଲାରେ ବି ଭାରୀ ବର୍ଷା ହୋଇଛି । ବର୍ଷା ସାଙ୍ଗକୁ ଘନ ଘନ ବଜ୍ରପାତ ଛାତି ଥରାଇ ଦେଇଛି । ସାଢ଼େ ୨ଟାରୁ ସାଢ଼େ ୫ଟା ଭିତରେ ରାଜ୍ୟରେ ମୋଟ ୨୫୬୭୩ ବଜ୍ରପାତ ହୋଇଥିବା ସୂଚନା ମିଳିଛି । ଆଗକୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି ।

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ରବିବାର ସୁଦ୍ଧା ଉତ୍ତର ବଙ୍ଗୋପସାଗର ଉପରକୁ ଆସିବ । ୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ରବିବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ,  ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି ।

୪ ତାରିଖରେ ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳରେ ୭୦ରୁ ୨୦୦ମିମି ଯାଏ ବର୍ଷା ହୋଇପାରେ । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଏ ସବୁ ଜିଲ୍ଲାରେ ୭୦ରୁ ୧୧୦ ମିମି ଯାଏ ବର୍ଷା ହୋଇପାରେ। 

୫ରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନବରଙ୍ଗପୁରରେ ୭୦ରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଯାଜପୁର ଓ ଢେଙ୍କାନାଳରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।    

ସେହିଭଳି ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

ଶନିବାର କଟକ ମହାନଗର ନିଗମ ଅଞ୍ଚଳରେ ୯୫.୮ମିମି ବର୍ଷା ହୋଇଛି। ଖୋର୍ଦ୍ଧାରେ ୭୫, ଅନୁଗୁଳରେ ୨୬, ସୋନପୁର ଓ ଦାରିଙ୍ଗିବାଡ଼ିରେ ୨୭.୨, ମାଲକାନଗିରିରେ ୧୪.୪,  ନୟାଗଡ଼ରେ ୧୬, ଯାଜପୁରରେ ୧୮, ନବରଙ୍ଗପୁରରେ ୧୬.୨ ଓ କେନ୍ଦ୍ରାପଡ଼ାରେ ୧୧.୨ମିମି ବର୍ଷା ହୋଇଛି ।

  • PrameyaOdia
  • Weather
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.