ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ବଣାଇ : ବିଦ୍ୟୁତ ଖୁଣ୍ଟକୁ ପିଟି ଓଲଟିଲା OSRTC ବସ୍‌, ୨୦ ଆହତ
  • ||

୧୯ରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଳାକୁ ଓ୍ୱାର୍ଣ୍ଣିଂ ଜାରି

Published By : Prameya | February 15, 2025 2:25 PM

ଭୁବନେଶ୍ୱର,୧୫/୦୨: ରାଜ୍ୟରେ ଆସନ୍ତା ୪ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ।  ୧୯ରୁ ୨୨ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରାଯାଇଛି।

ଆସନ୍ତା  ୧୯ ଓ ୨୨ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ତାରରେ ୮ ଜିଲ୍ଲାରେ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାକୁ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ,ଢ଼େଙ୍କାନାଳ ରହିଛି। ସେହି ଭଳି ୨୦  ଓ ୨୧ ତାରିଖରେ  ୧୭ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୨୨ ତାରିଖରେ ୧୧ ଜିଲ୍ଲାକୁ  ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।




ଆସନ୍ତା ୪ ଦିନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ଆକଳନ କରାଯାଇଛି । ସେହିଭଳି ୨ ଦିନ ପରେ ରାତି ତାପମାତ୍ରା  ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି  ଭାରତୀୟ ପାଣିପାଗ ବିଭାଗ  ପୂର୍ବାନୁମାନ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.