ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ରାଜ୍ୟର ତୋଡ଼ ଦେଖାଇଲାଣି ତାତି,୧୦ ସହରରେ ପାରଦ ୩୫ ଡିଗ୍ରୀ ପାର୍; ଆହୁରି ୨ ଦିନ ଘନ କୁହୁଡ଼ି ଆଲର୍ଟ

Published By : Prameya | February 6, 2025 7:33 AM

ଭୁବନେଶ୍ୱର,୦୬/୦୨: ରାଜ୍ୟର ତୋଡ ଦେଖାଇଲାଣି ତାତି । ୧୦ ସହରରେ ତାତି ୩୫ ଡିଗ୍ରୀ ସେଲସିୟସ୍‌ ଟପିଛି । ଆସନ୍ତା ୪ରୁ ୫ ଦିନ ଯାଏ  ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ଭାରତୀୟ ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି । 

୬ ତାରିଖରେ ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ ଓ ଢ଼େଙ୍କାନାଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୭ ତାରିଖରେ  କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଓ ଗଞ୍ଜାମରେ ଘନ କୁହୁଡ଼ି  ଦେଖାଯିବ ବୋଲି ପୂର୍ବାନୁମାନ କରାଯାଇଛି । 

ବୁଧବାର ମାଲକାନଗିରି  ଓ ବଲାଙ୍ଗିରରେ ତାତି ସବୁଠୁ ଅଧିକ ୩୬ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁର,  ହୀରାକୁଦ ଓ ଝାରସୁଗୁଡ଼ାରେ ୩୫.୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ  ୩୫.୫, ସୋନପୁରରେ ୩୫.୨, ଅନୁଗୁଳରେ ୩୫.୧ ଓ ପାରଳାଖେମୁଣ୍ଡିରେ  ୩୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱର, ତାଳଚେର ଓ ବୌଦ୍ଧରେ ୩୩.୮,  କୋରାପୁଟରେ ୩୩.୨, ଫୁଲବାଣୀରେ ୩୨.୯, ଯାଜପୁରରେ ୩୨.୮, ବାରିପଦାରେ  ୩୨.୬, ଛତ୍ରପୁରରେ ୩୨.୭, କେନ୍ଦୁଝରରେ ୩୨.୩, କଟକ ଓ ପୁରୀରେ ୩୧.୮,  ଦାରିଙ୍ଗିବାଡ଼ିରେ ୩୧.୫ଡିଗ୍ରୀ ରେକର୍ଡ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.