ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

Published By : Manoj | August 22, 2025 7:26 AM

ଭୁବନେଶ୍ୱର,୨୨/୦୮: ପ୍ରବଳ ବର୍ଷା ହୋଇପାରେ ଆସନ୍ତା  ୨୬ ତାରିଖ ପର୍ଯ୍ୟନ୍ତ । ବିଶେଷ  କରି ୨୨, ୨୫ ଓ ୨୬ ତାରିଖରେ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା  ଆଶଙ୍କା ରହିଛି । ରାଜ୍ୟରେ ବର୍ତ୍ତମାନ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଅଛି । 

ଉତ୍ତର ପଶ୍ଚିମ ବଙ୍ଗୋପସାଗର  ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ  ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ  ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ସେଇ ସ୍ଥାନରେ ଆସନ୍ତା ୨୫  ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି  ହେବା ସମ୍ଭାବନା ଅଛି । ପାଣିପାଗ  ବିଭାଗ ପକ୍ଷରୁ ଦୁଇ ସପ୍ତାହ ଜାରି ବିସ୍ତାରିତ ପୂର୍ବାନୁମାନ ଅନୁସାରେ  ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ  ଅବପାତ ରୂପ ନେବାର ସମ୍ଭାବନା  ସ୍ୱଳ୍ପ ରହିଛି । ଏହାର ଗତି ଉତ୍ତର  ଓଡ଼ିଶା ଏବଂ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ  ଆଡ଼କୁ ରହିପାରେ । ସେହିପରି  ୨୯ରୁ ସେପ୍ଟେମ୍ବର ୪ ଭିତରେ ଉତ୍ତର  ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା  ଏବଂ ପଶ୍ଚିମବଙ୍ଗ ଉପକୂଳ ପାଖରେ  ଆଉ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ  ସୃଷ୍ଟି ହୋଇପାରେ ।ଏଭଳି ହେଲେ ସମ୍ଭାବ୍ୟ ୨ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ  ବର୍ଷା ଜାରି ରହିବ । 

ତାଜା ପୂର୍ବାନୁମାନ କହୁଛି, ଶୁକ୍ରବାର ରାଜ୍ୟର ଅଧିକାଂଶ  ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା  ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ  ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଯାଜପୁର, ଖୋର୍ଦ୍ଧା,  ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର,  ମୟୂରଭଞ୍ଜ ଏବଂ ଢେଙ୍କାନାଳର ସ୍ଥାନେ ସ୍ଥାନେ ପ୍ରବଳ  ବର୍ଷା ଏବଂ ଘଡ଼ଘଡ଼ି ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ,  ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ସୋନପୁର, ବୌଦ୍ଧ,  ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,  ରାୟଗଡ଼ା, କୋରାପୁଟ ଏବଂ ମାଲକାନଗରିରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । ୨୩, ୨୪ ତାରିଖରେ ଅନେକ  ସ୍ଥାନରେ ବର୍ଷା ଏବଂ ଉତ୍ତର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା  ସମ୍ଭାବନା ଅଛି । ୨୫ରୁ ବର୍ଷା ପରିମାଣ ଆହୁରି ବଢ଼ିବ । ୨୫  ଓ ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ ।  ୨୫ରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା  ଥିବାବେଳେ ୨୬ରେ ଦକ୍ଷିଣରେ ପ୍ରବଳ ବର୍ଷା ଢାଳିପାରେ । 

ଗୁରୁବାର ରାଜ୍ୟରେ ପାଗ ମେଘୁଆ ଥିବାବେଳେ ଅନେକ  ସ୍ଥାନରେ ହାଲୁକାରୁ ସ୍ପଳ୍ପ ବର୍ଷା ହୋଇଥିଲା । ଏତେ ବର୍ଷା ସତ୍ତେ୍ୱ  ୭ଟି ଜିଲ୍ଲାରେ ଏବେ ବି ନିଅଣ୍ଟିଆ ସ୍ଥିତି ଅଛି । ବଲାଙ୍ଗୀରରେ  ୨୮%, କଳାହାଣ୍ଡିରେ ୩୦%, ରାୟଗଡ଼ାରେ ୩୦%, ପୁରୀରେ  ୨୮%, ଗଜପତିରେ ୨୭%, ଖୋର୍ଦ୍ଧାରେ ୨୧%, ଯାଜପୁରରେ  ୨୧% ବର୍ଷା ନିଅଣ୍ଟିଆ ଅଛି । ନବରଙ୍ଗପୁର, ଗଞ୍ଜାମ,  ସମ୍ବଲପୁର, ଭଦ୍ରକ, ଜଗତସିଂହପୁର, ନୟାଗଡ଼, ନୂଆପଡ଼ା,  ବରଗଡ଼, କଟକରେ ବର୍ଷା ପରିମାଣ ସ୍ୱାଭାବିକ ତାଲିକାଭୁକ୍ତ  ଥିଲେ ମଧ୍ୟ ଆଶାନୁଯାୟୀ ନୁହେଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.