ପ୍ରମୂଖ ଖବର
  • ମା’ ଭଟ୍ଟାରିକା ମନ୍ଦିର ବେଢ଼ା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ
  • ||
  • କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ
  • ||
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଉଭୟ ପୂର୍ବ ଏବଂ ପଶ୍ଚିମରେ ଦୁଇଟି ଲଘୁଚାପ ସୃଷ୍ଟି ! ସକ୍ରିୟ ହେବ ମୌସୁମୀ, ବଢ଼ିବ ବର୍ଷା

Published By : Prameya | June 17, 2025 12:11 PM

ଭୁବନେଶ୍ୱର ୧୭/୦୬: ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଆଗକୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। 

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୫ଟାରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। 




ସେହିଭଳି ଦେଶର ପଶ୍ଚିମ ଭାଗରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଦକ୍ଷିଣ ଗୁଜରାଟ ଏବଂ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ରହିଛି । 

ଏପଟେ ମଙ୍ଗଳବାର ରାଜ୍ୟର ଅଧିକାଂଶ  ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  ହୋଇପାରେ । ଝାରସୁଗୁଡ଼ା, ଦେବଗଡ଼,  ବାଲେଶ୍ୱର, ଯାଜପୁର, ସମ୍ବଲପୁର, ଅନୁଗୁଳ,  ଢେଙ୍କାନାଳ ଓ ବରଗଡ଼ର ସ୍ଥାନେ ସ୍ଥାନେ  ପ୍ରବଳ ବର୍ଷା ହୋଇପାରେ । କିଛି ଜିଲ୍ଲାରେ  ଘଡ଼ଘଡ଼ି ସହ ପବନ ଆଶଙ୍କା ରହିଛି । ୧୮  ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ  ହାଲୁକାରୁ ମଧ୍ୟମ କେନ୍ଦୁଝର ଏବଂ  ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।  ୧୯ରୁ ବର୍ଷା ପରିମାଣ କମିପାରେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.