ପ୍ରମୂଖ ଖବର
  • ଖଣ୍ଡଗିରି କୁମ୍ଭମେଳାରେ ଅଶ୍ମୀଳ ନୃତ୍ୟକୁ ବିରୋଧ, ଠେଙ୍ଗା ପୂଜା କଲେ ଏକାମ୍ର ବିଧାୟକ
  • ||
  • ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି
  • ||
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

ଫେବୃଆରୀ ଆରମ୍ଭରୁ ପାରଦ ଉପରମୁହାଁ, ପାରଳାଖେମୁଣ୍ଡିରେ ତାପମାତ୍ରା ୩୫ ଡିଗ୍ରୀ ପାର୍,ଆଜି ୭ ଜିଲ୍ଲାକୁ କୁହୁଡ଼ି ଆଲର୍ଟ

Published By : Prameya | February 2, 2025 7:42 AM

ଭୁବନେଶ୍ୱର,୦୨/୦୨: ଫେବୃଆରୀ ଆରମ୍ଭରୁ ପାରଦ ଉପରମୁହାଁ ଏ ବର୍ଷ ପ୍ରଥମ ଥର ପାଇଁ ଦିନ ତାପମାତ୍ରା ଶନିବାର ୩୫ ଡିଗ୍ରୀ ଟପିଛି । ମଧ୍ୟାହ୍ନରେ ଖରାଦିନ ଭଳି ତାତି ଅନୁଭୂତ ହେଉଛି । ରବିବାର କେନ୍ଦ୍ରାପଡ଼ା,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘନ  କୁହୁଡ଼ି ଦେଖା ଦେଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । 

ଶନିବାର ପାରଳାଖେମୁଣ୍ଡିରେ ତାତି ସବୁଠୁ ଅଧିକ ୩୫.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ  ହୋଇଛି । ଝାରସୁଗୁଡ଼ାରେ ୩୫.୨ ଓ ବଲାଙ୍ଗିରରେ ୩୫ ଡିଗ୍ରୀ ରହିଛି । ସମ୍ବଲପୁର  ଓ ହୀରାକୁଦରେ ଦିନ ତାପମାତ୍ରା ୩୪.୭ ରହିଥିଲା । ଭବାନୀପାଟଣାରେ  ୩୪ ଡିଗ୍ରୀ ଥିଲା। ସେପଟେ ରାତି ତାପମାତ୍ରା ବି ବଢ଼ିବା ଯୋଗୁ ବିଶେଷ ଶୀତ  ଅନୁଭୂତ ହେଉନି । ଅଧିକାଂଶ ସ୍ଥାନରେ ରାତି ବେଳା ପାରଦ ୧୬ ଓ ୧୭ ଡିଗ୍ରୀ  ଉପରେ ରହୁଛି । ପୁରୀରେ ରାତି ତାପମାତ୍ରା ସର୍ବାଧିକ ୨୪.୨ ଡିଗ୍ରୀ ରହିଥିଲା ।  ପାରାଦୀପରେ ୨୩.୨, ଚାନ୍ଦବାଲିରେ ୨୨.୯ ଓ ଭୁବନେଶ୍ୱରରେ ୨୨.୪ ଡିଗ୍ରୀ ଥିଲା ।  ଫୁଲବାଣୀରେ ପାରଦ ସବୁଠୁ କମ୍‌ ୧୫ ଡିଗ୍ରୀ ରହିଥିଲା । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.