ପ୍ରମୂଖ ଖବର
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ରାଜ୍ୟରେ କମିବ ତାତି, ଆଗକୁ ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା

Published By : Prameya | May 19, 2025 7:29 AM

ଭୁବନେଶ୍ୱର, ୧୯/୦୫: ରାଜ୍ୟରେ ଭୀଷଣ ଗୁଳୁଗୁଳି ଅନୁଭବ ହେବ । ଆଗକୁ ତାତି କମିବ ସତ, କିନ୍ତୁ ଗୁଳୁଗୁଳି ନାକେଦମ୍‌ କରିବ । ଦେଶର ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପ ଆସିବ । ଏଥିପାଇଁ ଅଧିକ ଗୁଳୁଗୁଳି  ଅନୁଭୂତ ହେବ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ ଦେଖାଇଛନ୍ତି । ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସୃଷ୍ଟି  ହୋଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର  ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ।

ପ୍ରଫେସର ପଶୁପାଳକଙ୍କ ଆକଳନ କହୁଛି, ଆସନ୍ତା  ୨୩ ତାରିଖରେ କେନ୍ଦ୍ରୀୟ ପୂର୍ବ ଆରବସାଗରରେ ମହାରାଷ୍ଟ୍ର  ଉପକୂଳଠାରୁ ଦୂରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।  ପରେ ଏହା ଲଘୁଚାପ ରୂପ ନେବ । କ୍ରମଶଃ ଏହା ଘନୀଭୂତ  ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୨୫ ତାରିଖରେ ବାତ୍ୟା ରୂପ ନେଇପାରେ । ୨୭ରେ ଭୀଷଣ  ବାତ୍ୟା ରୂପ ନେବାର ଆଶଙ୍କା ଅଛି । ଏହା ୨୯ ତାରିଖରେ ଗୁଜୁରାଟ ଉପକୂଳ ଛୁଇଁପାରେ ବୋଲି ସେ କହିଛନ୍ତି ।

ପୁଣି ୨୭ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଥାଇଲାଣ୍ଡ ଉପକୂଳରେ  ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୨୮ରେ ଏହା ଲଘୁଚାପ ଓ ୨୯ରେ  ଅବପାତରେ ପରିଣତ ହେବ । ୨୯ ଓ ୩୦ ତାରିଖ ବେଳକୁ ଏହା ବାଂଲାଦେଶ  ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ବୋଲି ସେ ଆକଳନ କରିଛନ୍ତି । ତେବେ ଏହା  ପ୍ରାଥମିକ ଆକଳନ ଓ ପରେ ଏହା ବଦଳିପାରେ ବୋଲି ସେ ସ୍ପଷ୍ଟ କରିଛନ୍ତି ।  

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ  କହିଛନ୍ତି, ଦେଶର ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପ ଭରା ପବନ ଆସୁଛି । ଏଥିପାଇଁ ଗୁଳୁଗୁଳି ରହୁଛି । ଆଗକୁ ମୌସୁମୀ ଆସିବ । ମୌସୁମୀ  ଆସିବା ଆଗରୁ ପ୍ରବଳ ଗୁଳୁଗୁଳି ହୁଏ । ମୌସୁମୀ ପହଞ୍ଚିଲେ ଗରମ କମ୍‌ ହୁଏ ସତ କିନ୍ତୁ ଗୁଳୁଗୁଳି କମେ ନାହିଁ । ଏଣୁ ଆଗକୁ ଆହୁରି ଭୀଷଣ ଗୁଳୁଗୁଳି ହୋଇପାରେ ବୋଲି ସେ ଆକଳନ କରିଛନ୍ତି । 

ରବିବାର ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଥିଲା ।  ସକାଳ ସାଢ଼େ ୮ଟା ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୩୨.୬ଡିଗ୍ରୀ ରହିଥିଲା ।  କିନ୍ତୁ ଆର୍ଦ୍ରତା ୬୯% ଛୁଇଁ ଯାଇଥିଲା । ଏଥିପାଇଁ ସକାଳୁ ୪୦ରୁ ୪୧ ଡିଗ୍ରୀ ଭଳି  ତାତି(ରିଅଲ ଫିଲ୍‌) ଲାଗିଥିଲା । ଭୀଷଣ ଗୁଳୁଗୁଳି ସମସ୍ତଙ୍କୁ ନାକେଦମ କରିଥିଲା । 

ରବିବାର ସକାଳୁ କଟକରେ ତାପମାତ୍ରା ୩୧.୬ ଡିଗ୍ରୀ ଥିଲା । କିନ୍ତୁ ଆର୍ଦ୍ରତା  ୭୫%ରେ ପହଞ୍ଚି ଯାଇଥିଲା । ଏତେ ଅଧିକ ଆର୍ଦ୍ରତା ପାଇଁ ପ୍ରଚଣ୍ଡ  ଗୁଳୁଗୁଳି ହୋଇଥିଲା । ୪୩ ଡିଗ୍ରୀ ଭଳି ତାତି(ରିଅଲ ଫିଲ୍‌) ଅନୁଭୂତ  ହୋଇଥିଲା । ଦେହରୁ ଗମ୍‌ ଗମ୍‌ ହୋଇ ଝାଳ ବାହାରୁଥିଲା । ସକାଳ ସାଢ଼େ  ୮ଟା ବେଳକୁ ପୁରୀରେ ତାପମାତ୍ରା ୩୨ ଡିଗ୍ରୀ ରହିଥିଲା । ଆର୍ଦ୍ରତା ଥିଲା  ୭୯% ଥିବାରୁ ୪୫ ଡିଗ୍ରୀ ଭଳି ତାତି ଅନୁଭବ ହେଉଥିଲା । ଗରମ ଓ  ଗୁଳୁଗୁଳିରେ ଲୋକେ ଅଣନିଶ୍ୱାସୀ ହୋଇଥିଲେ । ପୂରା ଉପକୂଳ ଓଡ଼ିଶାରେ  ଏଭଳି ଅସ୍ୱାଭାବିକ ଗୁଳୁଗୁଳି ସ୍ଥିତି ରହିଥିଲା । ସକାଳୁ ବାଲେଶ୍ୱରରେ  ୮୮%, ଅନୁଗୁଳରେ ୭୪%, ତାଳଚେରରେ ୮୦% ଆର୍ଦ୍ରତା ଥିଲା । 

ରବିବାର ପଶ୍ଚିମ ଓଡ଼ିଶାର ମାତ୍ର ୩ଟି ଜିଲ୍ଲାକୁ ଛାଡ଼ି ବାକି ସବୁଠି  ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲା । ସମ୍ବଲପୁରରେ ୪୦.୬, ବଲାଙ୍ଗୀରରେ  ୪୦.୨ ଓ ନୂଆପଡ଼ାରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା ।  

ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ,  ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।  ଜୋର୍‌ରେ ପବନ ବହିବା ସହ ୪୦ରୁ ୫୦ କିମି ବେଗରେ ଝଟ୍‌କା  ବି ଦେଇପାରେ । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବଲାଙ୍ଗୀର ଓ  ନୂଆପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ  ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ମଙ୍ଗଳବାର (୨୦ ତାରିଖ)ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମରେ  ବର୍ଷା ଓ ଘଡ଼ଘଡ଼ି ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି  ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୨୧, ୨୨, ୨୩ ଓ ୨୪ ତାରିଖରେ  ମଧ୍ୟ ଦକ୍ଷିଣ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଅନ୍ୟ ସ୍ଥାନରେ କାଳବୈଶାଖୀ  ପ୍ରଭାବରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.