ପ୍ରମୂଖ ଖବର
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଏକାଧିକ ସ୍ଥାନରେ କାଳବୈଶାଖୀ ବର୍ଷା ଆଶଙ୍କା

Published By : Prameya | May 13, 2025 7:18 AM

ଭୁବନେଶ୍ୱର, ୧୩/୦୫: ସମ୍ବଲପୁର ଟକଟକ୍‌ ହୋଇ  ଫୁଟିଥିଲା । ତତଲା କଡ଼େଇରେ ଭାଜିଲା ଭଳି କଲବଲ  କରିଥିଲା ତାତି । ଖାଲି ସମ୍ବଲପୁର ନୁହେଁ, ୧୬ ସହରରେ  ଅସମ୍ଭାଳ ତାତି ଅନୁଭୂତ ହୋଇଥିଲା । ୪୦ ଡିଗ୍ରୀ ଡେଇଁ  ଯାଇଥିଲା । ଆର୍ଦ୍ରତା ଅଧିକ ଥିବାରୁ ଭୁବନେଶ୍ୱରରେ ୬୦ ଡିଗ୍ରୀ  ଭଳି ତାତି( ରିଅଲ ଫିଲ୍‌) ଅନୁଭୂତ ହୋଇଥିଲା । ୧୬ ତାରିଖ  ଯାଏ ଏଭଳି ଅସମ୍ଭାଳ ତାତିରୁ ନିସ୍ତାର ମିଳିବା ଆଶା ନାହିଁ ।  ପାଣିପାଗ ବିଭାଗ ଏହା ସତର୍କ କରାଇ ଦେଇଛି । 

ସୋମବାର  ରାତିରେ ଭଦ୍ରକ, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କେନ୍ଦୁଝରରେ  କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ବଜ୍ରପାତ ହୋଇଛି। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ  ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି ।  

ବୁଧବାର(୧୪ ତାରିଖ) ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,  ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର  ଓ ଢେଙ୍କାନାଳରେ ଗରମ ଓ ଗୁଳୁଗୁଳି ହେବ । ୧୫  ଓ ୧୬ ତାରିଖ ଉପକୂଳ ଓଡ଼ିଶା ସମେତ ଉତ୍ତର  ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଗରମ ଓ ଗୁଳୁଗୁଳି  ଆଶଙ୍କା ଅଛି । ୧୫ରୁ ୧୮ ତାରିଖ ଯାଏ ରାଜ୍ୟର  ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା  ହୋଇପାରେ ।  

ସୋମବାର ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ଏଠାରେ ତାତି ୪୨.୯ ଡିଗ୍ରୀ  ସେଲସିୟସ୍‌ ରହିଥିଲା । ହୀରାକୁଦରେ ୪୨.୪,  ଝାରସୁଗୁଡ଼ା ଓ ବଲାଙ୍ଗୀରରେ ୪୨.୨, ବୌଦ୍ଧ  ଓ ଟିଟିଲାଗଡ଼ରେ ୪୨, ଅନୁଗୁଳରେ ୪୧.୯,  ଭବାନୀପାଟଣାରେ ୪୧.୬, ସୁନ୍ଦରଗଡ଼ ଓ  ସୋନପୁରରେ ୪୧.୫, ପାରଳାଖେମୁଣ୍ଡି ଓ  ବରଗଡ଼ରେ ୪୧.୨, ନୂଆପଡ଼ା ୪୧, ରାଉରକେଲା ଓ ସୋନପୁରରେ ୪୦.୬, ଭୁବନେଶ୍ୱରରେ ୪୦.୪,  ଢେଙ୍କାନାଳରେ ୪୦.୩ ଓ କଟକରେ ୪୦ ଡିଗ୍ରୀ  ତାପମାତ୍ରା ରେକର୍ଡ ହୋଇଛି । 

୧୩ ତାରିଖରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ  ଆଣ୍ଡାମାନ ସାଗର ଛୁଇଁପାରେ ବୋଲି ପାଣିପାଗ  ବିଜ୍ଞାନୀ ଆକଳନ କରିଛନ୍ତି । ୨୪ ଘଣ୍ଟାରେ ନିକୋବର  ଦୀପର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର  ବର୍ଷା ହୋଇଛି । କିଛି ସ୍ଥାନରେ ଭାରୀ ବର୍ଷା ହୋଇଛି ।  ଆଗକୁ ଏଠାରେ ବର୍ଷା ବଢ଼ିବ । ପ୍ରବଳରୁ ଅତି  ପ୍ରବଳ ବର୍ଷା ହୋଇପାରେ । 

ଆଗାମୀ ୨୪ ଘଣ୍ଟାରେ  ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗରର  କିଛି ଅଞ୍ଚଳ ସହିତ ଆଣ୍ଡାମାନ ଓ ନିକୋବର  ଦୀପର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ  ଅନୁକୂଳ ରହିଛି । ପରବର୍ତ୍ତୀ ୪ରୁ ୫ ଦିନରେ ଦକ୍ଷିଣ  ଆରବସାଗରର କିଛି ଅଞ୍ଚଳ ଓ ସମ୍ପୂର୍ଣ୍ଣ ଆଣ୍ଡାମାନ  ସାଗରକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ  ଅନୁକୂଳ ରହିଛି ବୋଲି ସେ ଆକଳନ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.