ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା

Published By : Prameya | July 17, 2025 7:36 AM

ଭୁବନେଶ୍ୱର,୧୭/୦୭: ରାଜ୍ୟରେ ଏବେ ବଡ଼ ବର୍ଷା  ହେବାର ସମ୍ଭାବନା ନାହିଁ ।  ଗୁରୁବାର ରାଜ୍ୟର ଅଳ୍ପ କିଛି  ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।  ବର୍ଷା ସମ୍ଭାବନା କମ୍‌ ଥିବାବେଳେ  ୨୩ଟି ଜିଲ୍ଲାରେ ବଜ୍ରପାତ ଓ  ୩୦ରୁ ୪୦ କିମି ବେଗରେ  ପବନ ବହିବାର ଆଶଙ୍କା  ରହିଛି । ଏଭଳି ସ୍ଥିତି ୧୯ ତାରିଖ  ପର୍ଯ୍ୟନ୍ତ ରହିପାରେ । ୨୦ରୁ  ରାଜ୍ୟର ଅନେକ ସ୍ଥାନରେ ବର୍ଷା  ହୋଇପାରେ । 

ପାଣିପାଗ ବିଭାଗର  ପୂର୍ବାନୁମାନରୁ ଏଭଳି ସୂଚନା  ମିଳିଛି । ବୁଧବାର ଦିନ ଭିତରେ  ଅନୁଗୁଳରେ ୪୮ ମିଲିମିଟର  ବର୍ଷା ହୋଇଥିବାବେଳେ ଆଉ  କିଛି ସ୍ଥାନରେ ହାଲୁକା ବର୍ଷା  ହୋଇଛି । ପାଗ ମେଘୁଆ ଥିଲେ  ମଧ୍ୟ ବହୁ ସ୍ଥାନରେ ବିଶେଷ  ବର୍ଷା ହୋଇନାହିଁ । 

ଗୁରୁବାର  ସୁନ୍ଦରଗଡ଼, ଝାରସୁଗୁଡ଼ା,  ବରଗଡ଼, ସମ୍ବଲପୁର,  ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର,  ମୟୂରଭଞ୍ଜ, ସୋନପୁର, ବୌଦ୍ଧ,  ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି,  କନ୍ଧମାଳ, ନବରଙ୍ଗପୁର,  ରାୟଗଡ଼ା, କୋରାପୁଟ,  ମାଲକାନଗିରି, ବାଲେଶ୍ୱର,  ଭଦ୍ରକ, ଗଞ୍ଜାମ, ଗଜପତି ଜିଲ୍ଲାର  ଗୋଟିଏ କିମ୍ବା ଦୁଇଟି ସ୍ଥାନରେ  ବଜ୍ରପାତ ସହ ୩୦ରୁ ୪୦ କିମି  ବେଗରେ ପବନ ବହିପାରେ ।  ବଜ୍ରପାତ ନେଇ ଲୋକେ ସତର୍କ  ରହିବାକୁ ପରାମର୍ଶ ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.