ପ୍ରମୂଖ ଖବର
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ବିଜେପି ସାଙ୍ଗଠନିକ ନିର୍ବାଚନ : ମନମୋହନ ସାମଲ ରିପିଟ୍ ନା ଆଉ କିଏ ? ଆଜି ସଭାପତି ପଦ ପାଇଁ ନାମାଙ୍କନ
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya | July 7, 2025 7:40 AM

ଭୁବନେଶ୍ୱର,୦୭/୦୭: ରବିବାର ଗାଙ୍ଗେୟ  ପଶ୍ଚିମବଙ୍ଗ ଓ ଏହାର ସଂଲଗ୍ନ ଅଞ୍ଚଳରେ ଲଘୁଚାପ  କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ସୋମବାର ୭ଟି  ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର,  ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼,  ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ । ଏହି ୭ ଜିଲ୍ଲା ପାଇଁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୋମବାର ବଲାଙ୍ଗିର, ସୋନପୁର, ବୌଦ୍ଧ,  କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କଟକ, ଢେଙ୍କାନାଳରେ  ଅଧିକ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ ବିଜୁଳି  ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ୩୦ରୁ ୪୦  କିଲୋମିଟର ବେଗରେ ପବନ ବହିବ । 

୮ ତାରିଖରେ  ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର,  ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା,  ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ବର୍ଷା ହେବ । ସେହିପରି  ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼  ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।  ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି । ୧୦ରେ ସୁନ୍ଦରଗଡ଼, କେନ୍ଦୁଝର,  ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲା, ୧୧ରେ ସୁନ୍ଦରଗଡ଼,  କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା  ରହିଥିବାରୁ ୟେଲେ। ୱାର୍ଣ୍ଣିଂ ଜାରି ହୋଇଛି ।   

ରବିବାର ସକାଳରୁ ସଂଧ୍ୟା ଭିତରେ ବାରିପଦାରେ  ସର୍ବାଧିକ ୯୩ ମିଲିମିଟର ବର୍ଷା ହୋଇଛି । ବାଲେଶ୍ୱରରେ  ୬୭ ମିଲିମିଟର,ପାରାଦୀପରେ ୨୦.୨, ବଲାଙ୍ଗୀରରେ  ୧୧.୫, ଢେଙ୍କାନାଳରେ ୧୨, ନୂଆପଡ଼ାରେ ୧୦.୨,  ଟିଟିଲାଗଡ଼ରେ ୧୧ ମିଲିମିଟର ବର୍ଷା ହୋଇଛି ।  ଭୁବନେଶ୍ୱର, ପୁରୀରେ ପ୍ରବଳ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା ଦେଓଗାଁରେ ୩୦୬  ମିମି, ସମ୍ବଲପୁର ବାମରାରେ ୨୮୫.୪, ଝାରସୁଗୁଡ଼ା  ଲଇକେରାରେ ୨୭୦.୪, କୋଲାବିରାରେ ୨୩୩,  ସୁନ୍ଦରଗଡ଼ରେ ୨୦୭.୮, କେନ୍ଦୁଝର ବାଂଶପାଳରେ  ୧୭୯.୯, ସୁନ୍ଦରଗଡ଼ ହେମଗିରିରେ ୧୭୬ ଓ  କେନ୍ଦୁଝର ତେଲକୋଇରେ ୧୦୬ ମିମି ବର୍ଷା ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.