ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ୮ରୁ ୧୦ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ

Published By : Prameya | April 7, 2025 7:30 AM

ଭୁବନେଶ୍ୱର,୦୭/୦୪: ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି  ହୋଇଛି । ଏହା ପ୍ରଭାବରେ ୮ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପର ବିଶେଷ ପ୍ରଭାବ ରହିବନି । ୮ରୁ ୧୦ ତାରିଖ  ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା  ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ  କରିଛନ୍ତି । 

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଆକଳନ କରି କହିଛନ୍ତି, ଲଘୁଚାପ ସୃଷ୍ଟି  ହେବାର କ୍ୱଚିତ୍‌ ସମ୍ଭାବନା ରହିଛି। ପବନର ବେଗ କମ୍‌  ରହୁଥିବାରୁ ଏହା ଆଦୌ ପ୍ରଭାବଶାଳୀ ହେବନି । ୮ରୁ ୧୦  ତାରିଖ ଯାଏ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ ।  

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୮  ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼,  ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ,  ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ  ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ୩୦ରୁ ୪୦ କିମି ବେଗରେ  ପବନ ବି ବହିବାର ସମ୍ଭାବନା ଅଛି । ୯ ଓ ୧୦ ତାରିଖରେ  ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ  ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି । 

ରବିବାର ବୌଦ୍ଧରେ  ଦିନ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ରେକର୍ଡ ହୋଇଛି ।  ଅନୁଗୁଳ, ଝାରସୁଗୁଡ଼ା ଓ ଟିଟିଲାଗଡ଼ରେ ୪୧, ବଲାଙ୍ଗିର  ଓ ସୋନପୁରରେ ୪୦.୮, ସମ୍ବଲପୁରରେ ୪୦.୬ ଡିଗ୍ରୀ  ରେକର୍ଡ ହୋଇଛି । ସୋମବାର ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ  ଯାଏ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.