ପ୍ରମୂଖ ଖବର
  • ମେ'ରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର, ପ୍ରଥମ ପର୍ଯ୍ୟାୟରେ ସାମିଲ ହୋଇଥିଲେ ୬୦ ହଜାର ହିତାଧିକାରୀ
  • ||
  • ଆନନ୍ଦପୁର : ପ୍ରସ୍ତାବିତ ସ୍ଥାନରେ ଧାନମଣ୍ଡି ନିର୍ମାଣ ପାଇଁ ଦାବି, ପୌରକାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ
  • ||
  • ବିଏସଏଫ୍‌କୁ ବଡ଼ ସଫଳତା, ମାଲକାନଗିରିରୁ ମାଓ ଡମ୍ପ ଠାବ
  • ||
  • ମହାନଦୀ ଘାଟରେ ବୁଲୁଛି ଘଡ଼ିଆଳ କୁମ୍ଭୀର, ଭୟରେ ନଦୀକୂଳିଆ ଲୋକେ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ ନୀତି, ସାଧାରଣ ଦର୍ଶନ ବନ୍ଦ
  • ||
  • ନବ ଦାସ ହତ୍ୟା ମାମଲା: ଥାନାକୁ ଡକାଇ ୫ ଜଣଙ୍କ ବୟାନ ରେକର୍ଡ
  • ||
  • ବ୍ରହ୍ମପୁର : ମସଲା ଓ ଆଚାର ଗୋଦାମରେ ଅଗ୍ନିକାଣ୍ଡ, କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||
  • ରାଜଧାନୀର ୨ଟି ରେଳ ଷ୍ଟେସନ୍ ନିକଟ ଟ୍ରେନ ଲାଇନରୁ ଦୁଇଟି ମୃତଦେହ ଉଦ୍ଧାର: ମୃତ୍ୟୁର କାରଣ ଅସ୍ପଷ୍ଟ, ମିଳିନି ପରିଚୟ
  • ||
  • ପିପିଲିରେ ଚାଲିଛି ନକଲି ଟଙ୍କା କାରବାର, ୩ ଅଟକ, ଟଙ୍କା ଗଣା ମେସିନ୍ ଜବତ
  • ||
  • IPL 2025: ଆଜି ସନରାଇଜର୍ସକୁ ଭେଟିବ ସୁପରକିଙ୍ଗ୍‌ସ, ଧୋନି ବାହିନୀ ପାଇଁ 'କର ବା ମର' ସ୍ଥିତି
  • ||
  • ଶିମିଳିପାଳକୁ ଜାତୀୟ ଉଦ୍ୟାନର ମାନ୍ୟତା, ଭାରତର ୧୦୭ତମ ଜାତୀୟ ଉଦ୍ୟାନ ଭାବେ ପରିଗଣିତ ହେବ
  • ||
  • ଆହୁରି ଦୁଇଦିନ କଲବଲ କରିବ ତାତି: ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୭ରୁ କାଳବୈଶାଖୀ ଦେବ ଆଶ୍ୱସ୍ତି
  • ||
  • ରାଇରକେଲା : ହୋଟେଲ ମାଲିକଙ୍କୁ ଦୁର୍ବୃତ୍ତଙ୍କ ଗୁଳିମାଡ଼: ପୋଲିସ ଏନକାଉଣ୍ଟରରେ ୨ ଅଭିଯୁକ୍ତ ଗୁରୁତର
  • ||

ଆହୁରି ଦୁଇଦିନ କଲବଲ କରିବ ତାତି: ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୭ରୁ କାଳବୈଶାଖୀ ଦେବ ଆଶ୍ୱସ୍ତି

Published By : Prameya | April 25, 2025 7:58 AM

ଭୁବନେଶ୍ୱର,୨୫/୦୪: ଢେର ନୟାନ୍ତ କଲାଣି ତାତି ପ୍ରକୋପ ।  ପଶ୍ଚିମ, ଆଭ୍ୟନ୍ତରୀଣରେ ନିଆଁ ବର୍ଷା, ଉପକୂଳରେ ଗୁଳୁଗୁଳି । ପଦାକୁ  ଯାଇ ହେଉନି, ଘରେ ବି ନିସ୍ତାର ମିଳୁନି । ଆହୁରି ଦୁଇଦିନ ଏମିତି  ଛଟପଟ ହେବ ସାରା ଓଡ଼ିଶା । ୨୭ରୁ  ଆରମ୍ଭ ହେବ କାଳବୈଶାଖୀ । ଏହି  ବର୍ଷା ହିଁ ଆଣିବ ଆଶ୍ୱସ୍ତି । ଯଦିଓ  ସାମୟିକ ଆଶ୍ୱସ୍ତି ପରେ ପୁଣି ମେ ପହିଲାବେଳକୁ ରାଜ୍ୟରେ ତାପମାତ୍ରା ବଢ଼ିବା ସମ୍ଭାବନା ଅଛି । 

ଗୁରୁବାର ରାଜ୍ୟର ୧୬ଟି  ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ  ସେଲସିୟସ୍‌ ପାର୍‌ କରିଥିଲା ।  ସେଥିରୁ ୧୩ଟି ସ୍ଥାନରେ ପାରଦ ୪୨  ଡିଗ୍ରୀ ଉପରେ ରହିଥିଲା । ତତଲା  ସହର ଝାରସୁଗୁଡ଼ା ପୁଣି ଡେଇଁଥିଲା  ୪୫ । ପାରଦ ପହଞ୍ଚିଥିଲା ୪୫.୨  ଡିଗ୍ରୀ ସେଲସିୟସ୍‌ରେ । ଉପକୂଳ ଏବଂ  ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ୩୬- ୩୮ ଡିଗ୍ରୀ ଭିତରେ ଥିଲା । ହେଲେ  ଗୁଳୁଗୁଳି ପ୍ରକୋପ ଜାରି ରହିଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ,  ୨୫ ଓ ୨୬ ତାରିଖରେ ରାଜ୍ୟରେ  ଗ୍ରୀଷ୍ମ ପ୍ରବାହ ଜାରି ରହିବ । 

ଶୁକ୍ରବାର ଝାରସୁଗୁଡ଼ା ଯେମିତି  ଜଳୁଥିଲା, ଜଳିବ । ଗୋଟିଏ ଦୁଇଟି  ସ୍ଥାନରେ ଭୀଷଣ ଗ୍ରୀଷ୍ମ ପ୍ରବାହ କଲବଲ  କରିପାରେ । ବୌଦ୍ଧ, ବଲାଙ୍ଗୀର,  ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼,  ସୋନପୁରରେ ଗ୍ରୀଷ୍ମ ପ୍ରବାହ (ଅରେଞ୍ଜ  ୱାର୍ଣ୍ଣିଂ) ଆଶଙ୍କା ରହିଛି । ସମ୍ବଲପୁର,  ସୁନ୍ଦରଗଡ଼, ବଲାଙ୍ଗୀର ଓ ମୟୂରଭଞ୍ଜ  ଜିଲ୍ଲାରେ ରାତି ତାପମାତ୍ରା ଅଧିକ ରହିବା  ଯୋଗୁ ଅସ୍ୱାଭାବିକ ସ୍ଥିତି ଅନୁଭୂତ  ହୋଇପାରେ । ଅନୁଗୁଳ, ନୂଆପଡ଼ା, କଳାହାଣ୍ଡି, ଦେବଗଡ଼ରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି । ଉପକୂଳରେ ବିତାତିରୁ ନିସ୍ତାର ଆଶା ନାହିଁ । କଟକ, ପୁରୀ,  ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ତାତି ସାଙ୍ଗକୁ ଗୁଳୁଗୁଳି ପ୍ରଭାବ  ରହିପାରେ । 

୨୬ ତାରିଖ (ଶନିବାର) ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼,  ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୋନପୁର, ଦେବଗଡ଼, ଅନୁଗୁଳ, ନୂଆପଡ଼ା,  କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,  କେନ୍ଦୁଝର, ଢେଙ୍କାନାଳରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବା ଆଶଙ୍କା ଅଛି ।  

୨୭ରୁ ତାତି ପ୍ରକୋପ କମିବା ସହ ରାଜ୍ୟରେ କାଳବୈଶାଖୀ ବଢ଼ିବ । ୨୭ ଓ ୨୮ରେ  ବିସ୍ତୃତ ଅଞ୍ଚଳରେ ଘଡ଼ଘଡ଼ି, ପବନ ସହ ବର୍ଷା ହୋଇପାରେ । ଏହା ପ୍ରଭାବରେ  ରାଜ୍ୟରେ ଗରମରୁ ଆଶ୍ୱସ୍ତି ମିଳିବା ସମ୍ଭାବନା ଅଛି । ପାଣିପାଗ ବିଭାଗର ବିସ୍ତାରିତ  ପୂର୍ବାନୁମାନ ଅନୁସାରେ ୨୬ରୁ ୨୯ ଭିତରେ ପୂର୍ବ ଭାରତରେ କାଳବୈଶାଖୀ ବର୍ଷା  ହୋଇପାରେ । 

ଓଡ଼ିଶାରେ ୨୮ ତାରିଖରେ କୁଆପଥର ବର୍ଷା ସମ୍ଭାବନା ଅଛି ।  ଏଭଳି ବର୍ଷା ଯୋଗୁ ତାତି କମିବ । ଗୁରୁବାର ରାଜ୍ୟର ଉତ୍ତପ୍ତ ସହର ତାଲିକାରେ  ଝାରସୁଗୁଡ଼ା ପଛକୁ ଥିଲା ବୌଦ୍ଧ ।  

ରାଜ୍ୟର ୧୩ଟି ସହରରେ ତାପମାତ୍ରା ୪୨  ଡିଗ୍ରୀ ପାର୍‌ କରିଥିଲା । ଉପକୂଳ ଓଡ଼ିଶା ତାପମାତ୍ରା ୪୦ ଡିଗ୍ରୀରୁ କମ୍‌ ଥିଲେ  ମଧ୍ୟ ଆର୍ଦ୍ରତା ୬୦-୭୦% ଥିବାରୁ ଭୀଷଣ ଗୁଳୁଗୁଳି ଅନୁଭୂତ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.