ପ୍ରମୂଖ ଖବର
  • ମାଲକାନଗିରି : କୁମ୍ବିଂ ଅପରେସନ୍‌ ବେଳେ ମାଓବାଦୀଙ୍କ ସୁଡଙ୍ଗ ଠାବ, ଶତାଧିକ ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ
  • ||
  • ମାଲକାନଗିରି : ରୋଗୀ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବାପ ଝିଅ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଦ୍ୱିତୀୟ ଦିନରେ ନବ ଦାସ ଭାଇଙ୍କ ଘରେ ଆଇଟି ରେଡ୍‌, ଲିଙ୍କ୍‌ରେ ଥିବା କଣ୍ଟ୍ରାକ୍ଟର, ବିଲ୍‌ଡରଙ୍କ ଘରେ ଚାଲିଛି ଚଢ଼ାଉ
  • ||
  • ପାରାଦୀପ : ହାଇୱା ଧକ୍କାରେ ଚାଲିଗଲା ଶ୍ରମିକଙ୍କ ଜୀବନ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡ଼ିରେ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ସାରା ଓଡ଼ିଶାରେ ଚାଲିଛି ପକ୍ଷୀ ଗଣନା, ଗଣନାକାରୀ ଟିମ୍‌ ସହ ବିଶେଷଜ୍ଞ ଓ ଗାଇଡ୍‌ ନିୟୋଜିତ
  • ||
  • ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ରହିବ ଶୀତର ପ୍ରକୋପ, ୩ ଦିନ ଯାଏ ୯ ଜିଲ୍ଲାକୁ କୁହୁଡ଼ି ଆଲର୍ଟ
  • ||

ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ରହିବ ଶୀତର ପ୍ରକୋପ, ୩ ଦିନ ଯାଏ ୯ ଜିଲ୍ଲାକୁ କୁହୁଡ଼ି ଆଲର୍ଟ

Published By : Prameya | January 18, 2025 7:28 AM

ଭୁବନେଶ୍ୱର,୧୮/୦୧: ରାଜ୍ୟରେ ଶୀତ ଜାରି ରହିବ । ଅଧିକ ଶୀତ  ଅନୁଭୂତ ନ ହେଲେ ବି ରାତି ତାପମାତ୍ରା ଆଉ ବଢ଼ିବନି । ରାତିବେଳା ବେଶି ଶୀତ ଅନୁଭୂତ ହେବ । ଆସନ୍ତା ୪ରୁ ୫ ଦିନ ଏଭଳି ଶୀତ ରହିବ । ଆସନ୍ତା ତିନି ଦିନ  କୁହୁଡ଼ି ରହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

ଜି ଉଦୟଗିରିରେ  ରାତି ତାପମାତ୍ରା ୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ଫୁଲବାଣୀରେ ୮.୫,  ଦାରିଙ୍ଗବାଡ଼ିରେ ୯, ରାଉରକେଲା ୧୦.୩, କେନ୍ଦୁଝର ୧୦.୪ ଓ ଭୁବନେଶ୍ୱରରେ  ୧୨.୩ ଡିଗ୍ରୀ ରେକର୍ଡ ହୋଇଛି । 

ଆସନ୍ତା ୩ ଦିନ ଯାଏ ଗଞ୍ଜାମ, ଗଜପତି, ପୁରୀ,  ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାର  ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

  • PrameyaOdia
  • prameya
  • Weather update
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.