ପ୍ରମୂଖ ଖବର
  • ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା ଓଏଏସ ସଂଘ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ
  • ||
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ରାଜ୍ୟରେ ୧୭ ତାରିଖ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ

Published By : Prameya | April 12, 2025 7:40 AM

ଭୁବନେଶ୍ୱର,୧୨/୦୪: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିବ । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା  ଅଛି । ତେଣୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ କିମ୍ବା ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ଦେଖାଯାଉନି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।  

ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରକୋପ ଦେଖାଇଥିଲା । ଶୁକ୍ରବାର ରାଜ୍ୟରେ ଖରା ପ୍ରକୋପ କମ୍‌ ଥିଲା । ଟିଟିଲାଗଡ଼ ଓ ବଲାଙ୍ଗିର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌  ପାର୍‌ କରିଥିବା ବେଳେ ଉପକୂଳ ଓଡ଼ିଶା ୩୫ ଡିଗ୍ରୀ ପାଖାପାଖି ରହିଥିଲା ।  

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ହେଲା, ଶନିବାର  ସୁନ୍ଦରଗଡ଼,  କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ନବରଙ୍ଗରପୁର ଘଡ଼ଘଡ଼ି ସହ  ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, ଗଜପତି, ରାୟଗଡ଼ା  ଓ କୋରାପୁଟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ଧୂଳିଝଡ଼ ଆଶଙ୍କା  ଅଛି । ୧୨, ୧୩, ୧୪, ୧୫ ତାରିଖରେ କାଳବୈଶାଖୀ ପ୍ରକୋପ ଅଧିକ ରହିବ । ୧୬  ଓ ୧୭ରେ କାଳବୈଶାଖୀ ପ୍ରକୋପ କମିଲେ ମଧ୍ୟ କେତେକ ସ୍ଥାନରେ ଜାରି ରହିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.