ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ: ୧୦ରୁ ୧୪ ପ୍ରଚଣ୍ଡ ତାତି, ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା

Published By : Prameya | May 9, 2025 7:57 AM

ଭୁବନେଶ୍ୱର ୦୯/୦୫: ରାଜ୍ୟରେ ଗରମ ପ୍ରକୋପ ଆହୁରି ବଢ଼ିବ । ଆସନ୍ତା ୩  ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବା ଆଶଙ୍କା ଅଛି । ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ  କଲବଲ କରିବ ଗ୍ରୀଷ୍ମ ଜ୍ୱାଳା । ଆଭ୍ୟନ୍ତରୀଣ ଓଡ଼ିଶାରେ ନିଆଁ ବର୍ଷାକୁ ଉପକୂଳରେ ଗରମ, ଗୁଳୁଗୁଳି ଜ୍ୱାଳା ଅସମ୍ଭାଳ ହେବ। ଯଦିଓ କିଛି କିଛି ଜାଗାରେ କାଳବୈଶାଖୀଜନିତ ବର୍ଷା  ହେବ, ମାତ୍ର ବିସ୍ତୃତ ଅଞ୍ଚଳରେ ଏହାର ପ୍ରଭାବ ପଡ଼ିବନି । 

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆଗାମୀ ଦୁଇ ସପ୍ତାହ ପାଇଁ ବିସ୍ତାରିତ  ପୂର୍ବାନୁମାନ ଜାରି କରିଛି । ଏହି  ଆକଳନ ଅନୁସାରେ ୮ରୁ ୧୪  ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି  ସ୍ଥାନରେ ତାପମାତ୍ରା ୩୮ରୁ ୪୧  ଡିଗ୍ରୀ ସେଲସିୟସ୍‌ ରହିପାରେ ।  ସ୍ୱାଭାବିକଠାରୁ ୧.୬ ଡିଗ୍ରୀରୁ ୩  ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିପାରେ  ପାରଦ । ୧୦ରୁ ୧୪ ତାରିଖ ଯାଏଁ  ରାଜ୍ୟର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ  (ହିଟ୍‌ ୱେଭ୍‌) ଏବଂ କେତେକ ସ୍ଥାନରେ ଗରମ ଓ ଗୁଳୁଗୁଳି ସ୍ଥିତି ନାକେଦମ କରିପାରେ । 

ବଡ଼ କଥା ହେଲା, ତା’ ପରବର୍ତ୍ତୀ ସପ୍ତାହରେ (୧୫ରୁ ୨୧ ମେ) ରାଜ୍ୟରେ ତାତିରୁ  ବଡ଼ ଧରଣର ଆଶ୍ୱସ୍ତି ସମ୍ଭାବନା ନାହିଁ । ଅନେକ ସ୍ଥାନରେ ତାପମାତ୍ରା ୧ରୁ ୩ ଡିଗ୍ରୀ ଅଧିକ  ରହିପାରେ, ସ୍ୱାଭାବିକ ତୁଳନାରେ । କିଛି ବର୍ଷା ବି ହୋଇପାରେ ।  

ଗୁରୁବାର ରାଜ୍ୟରେ ଗରମ ବଢ଼ିଥିବାବେଳେ ରାଜ୍ୟର ୧୫ଟି ସ୍ଥାନରେ ତାପମାତ୍ରା ଥିଲା ୩୮ ଡିଗ୍ରୀ  ଉପରେ । ବୌଦ୍ଧରେ ୩୯.୮, ସମ୍ବଲପୁରରେ ୩୯.୬, ଟିଟିଲାଗଡ଼ ୩୯, ବଲାଙ୍ଗୀର ୩୯.୨,  ନୟାଗଡ଼ ୩୯, ଖୋର୍ଦ୍ଧା ୩୯, ଝାରସୁଗୁଡ଼ା ୩୮.୪, ହୀରାକୁଦ ୩୮.୧, ସୁନ୍ଦରଗଡ଼ ୩୮,  ବାରିପଦା ୩୮ଡିଗ୍ରୀ ଥିବାବେଳେ ଭୁବନେଶ୍ୱର ୩୭.୬ ଓ କଟକ ୩୭.୮ ଡିଗ୍ରୀରେ ସିଝିଥିଲା । 

ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ସତର୍କ କରାଇଛି,ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ପ୍ରକୋପ ନୟାନ୍ତ କରିପାରେ । ୧୦ ତାରିଖ (ଶନିବାର) ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ବୌଦ୍ଧରେ ଗ୍ରୀଷ୍ମ ପ୍ରବାହ ଓ  ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଆଶଙ୍କା ଅଛି । ଏଭଳି ସ୍ଥିତି ୧୪ ତାରିଖ ପର୍ଯ୍ୟନ୍ତ ରହିବ । ତେବେ ପ୍ରତିଦିନ କିଛି କିଛି ଜାଗାରେ ବର୍ଷା ବି ହୋଇପାରେ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.