ପ୍ରମୂଖ ଖବର
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ

Published By : Prameya | May 14, 2025 7:29 AM

ଭୁବନେଶ୍ୱର,୧୪/୦୫: ଦିନରେ ତତାଇବ । କଲବଲ କରିବ । ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଅନୁଭୂତ ହେବ । ଆସନ୍ତା ତିନି  ଦିନରେ ଅନେକ ସ୍ଥାନର ତାପମାତ୍ରା ପ୍ରାୟ ୩ ଡିଗ୍ରୀ ବଢ଼ିଯିବ । ଦିନବେଳା ଗରମ ଓ ଗୁଳୁଗୁଳି ନାକେଦମ କରିବ । କିନ୍ତୁ ସନ୍ଧ୍ୟାରେ ମାଡ଼ି ଆସିବ କାଳବୈଶାଖୀ । ଦକ୍ଷିଣ ଓଡ଼ିଶାରେ  ଘଡ଼ଘଡ଼ି ସହ ବର୍ଷା ହେବ । ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ବି  ଡରାଇବ କାଳବୈଶାଖୀ । ପାଣିପାଗ  ବିଭାଗ ଏଭଳି ପୂର୍ବାନୁମାନ କରିଛି । 

ଆକଳନ କହୁଛି, ବୁଧବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,  ବଲାଙ୍ଗୀର, ଟିଟିଲାଗଡ଼, ସୋନପୁର,  ବୌଦ୍ଧ ଓ ସମ୍ବଲପୁରରେ ଦିନ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ ।  ପୁରୀ, ଖୋର୍ଦ୍ଧା, ନୟାଗଡ଼,ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ରହିବ ।  ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୦  ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ଆଗାମୀ ତିନି  ଦିନ ଯାଏ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।  

ସେହିଭଳି ବୁଧବାର ସନ୍ଧ୍ୟାରେ ମାଲକାନଗିରି,  କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପବନର ଝଟ୍‌କା  ୪୦ରୁ ୫୦ କିମି ଛୁଇଁପାରେ । ସେହିଭଳି ପୁରୀ,  ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ,  ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,  ବଲାଙ୍ଗୀର, କଳାହାଣ୍ଡି ଓ କଟକରେ ମଧ୍ୟ ଅପରାହ୍ନ  ବା ସନ୍ଧ୍ୟା ବେଳକୁ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । 

ଗୁରୁବାର (୧୫ ତାରିଖ) ମଧ୍ୟ ପଶ୍ଚିମ ଓଡ଼ିଶାରେ  ଅସମ୍ଭାଳ ତାତି ହେବ । ଉପକୂଳ ଓଡ଼ିଶାରେ ଗରମ  ଓ ଗୁଳୁଗୁଳି ଜାରି ରହିବ । ସନ୍ଧ୍ୟାରେ ମାଲକାନଗିରି,  କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । ପବନର ଝଟ୍‌କା ୪୦ରୁ ୫୦  କିମି ବେଗ ଛୁଇଁପାରେ । 

ଶୁକ୍ରବାର ଓ ଶନିବାର ମଧ୍ୟ  କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ଦକ୍ଷିଣ  ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ମଧ୍ୟ  କାଳବୈଶାଖୀ ବର୍ଷା ସମ୍ଭାବନା ଅଛି । ସନ୍ଧ୍ୟାରେ ବର୍ଷା  ସମ୍ଭାବନା ଥିବାରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । 

ମଙ୍ଗଳବାର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ  ସାଗର ଛୁଇଁଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଦକ୍ଷିଣ  ବଙ୍ଗାପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର  ଦୀପ ଓ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ  ଅଗ୍ରସର ହୋଇଛି । ଆଗାମୀ ୩ରୁ ୪ ଦିନ ଭିତରେ ଦକ୍ଷିଣ  ଆରବ ସାଗରର କିଛି ଅଂଶ, ମାଳଦ୍ୱୀପ ଓ କୋମାରିନ୍‌  ଅଞ୍ଚଳ, ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ, ପୂରା  ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜ, ଆଣ୍ଡାମାନ ସାଗରର  ଅବଶିଷ୍ଟ ଅଂଶ, କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଂଶକୁ  ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ।  

ଆଣ୍ଡାମାନ ସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ହୋଇଛି । ଆସନ୍ତା ୧୬ରୁ ୧୮ ତାରିଖରେ  ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।  ୨୩ରୁ ୨୮ ତାରିଖ ଭିତରେ ଏହା ଅଧିକ ଘନୀଭୂତ  ହୋଇ ବାତ୍ୟା ରୂପ ନେଇପାରେ ବୋଲି ବାଂଲାଦେଶର  ଜଣେ ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । କିନ୍ତୁ  ଭାରତୀୟ ପାଣିପାଗ ବିଭାଗ ଏ ନେଇ କୌଣସି ଆକଳନ  କରିନି । ଆଇଏମ୍‌ଡିର ଜଣେ ପାଣିପାଗ ବିଜ୍ଞାନୀ କହିଛନ୍ତି,  ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଶକ୍ତିଶାଳୀ ରହିଛି ।  ଏହା କେରଳରେ ସ୍ୱାଭାବିକ ସମୟଠାରୁ ୨ ଦିନ ଆଗୁଆ  ପହଞ୍ଚିପାରେ । ମୌସୁମୀ ବାୟୁ ଶକ୍ତିଶାଳୀ ଥିବାରୁ  ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଲେ ବି ଏହା  ଅଧିକ ଘନୀଭୂତ ହେବାର ସମ୍ଭାବନା କମ୍‌ ।    

ମଙ୍ଗଳବାର ଅପରାହ୍ନରୁ ସନ୍ଧ୍ୟାରେ ୭ରୁ ୮ ଟି ଜିଲ୍ଲାରେ  କାଳବୈଶାଖୀ ପ୍ରଭାବରେ ଘନ ଘନ ବଜ୍ରପାତ ସହିତ  ବର୍ଷା ହୋଇଛି । ବିଭିନ୍ନ ସ୍ଥାନରେ ବଜ୍ରପାତରେ ୪ ଜଣ  ଆଖି ବୁଜିଛନ୍ତି । କଳାହାଣ୍ଡିରେ ବଜ୍ରପାତ ଆଘାତରେ ଜଣେ  ନାବାଳିକା ଆଖି ବୁଜିଛି । ଅନୁଗୁଳରେ ବଜ୍ରପାତରେ ବାପା  ଓ ପୁଅଙ୍କ ମୃତ୍ୟୁ ହୋଇଛି । ଆଉ ଦୁଇ ଜଣ ଗୁରୁତର  ହୋଇଛନ୍ତି । ନବରଙ୍ଗପୁରରେ ଜଣେ ଯୁବକଙ୍କ ମୃତ୍ୟୁ  ହୋଇଛି ଓ ତାଙ୍କ ମାଆ ଗୁରୁତର ହୋଇଛନ୍ତି । 

ମଙ୍ଗଳବାର  ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୩ ଡିଗ୍ରୀ  ରହିଥିଲା । ସମ୍ବଲପୁରରେ ୪୨.୨, ଟିଟିଲାଗଡ଼ରେ  ୪୨, ବରଗଡ଼ରେ ୪୧.୮, ଭବାନୀପାଟଣାରେ ୪୧.୫,  ବୌଦ୍ଧରେ ୪୧.୨, ସୋନପୁରରେ ୪୧ ଡିଗ୍ରୀ ରହିଥିଲା ।  ଭୁବନେଶ୍ୱରରେ ୩୭.୪ ଡିଗ୍ରୀ ରହିଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.