ପ୍ରମୂଖ ଖବର
  • ଗାଁ ନିକଟରେ ବୁଲୁଛନ୍ତି ଗୋଠଛଡ଼ା ମା’-ଛୁଆ ହାତୀ, ଭୟଭୀତ ଲୋକେ
  • ||
  • ଝିଅ ବାହାଘର ପାଇଁ ଜମି ବିକ୍ର କରି ରଖିଥିଲେ ଟଙ୍କା ଏବଂ ସୁନା, କଳାକନା ବୁଲାଇଦେଲେ ଦୁର୍ବୃତ୍ତ
  • ||
  • ବ୍ଲାକ୍‌ମେଲ୍‌ ଓ ସେକ୍ସଟର୍ସନ୍‌ର ଶିକାର ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ମାମଲା, ୫ ଦିନିଆ ରିମାଣ୍ଡରେ ନାଇଜେରୀୟ ଠକ
  • ||
  • ବିଧାନସଭା ବଜେଟ ଅଧିବେଶ, ଗିନି ଘଣ୍ଟମାଡ଼ ଧୋଇଗଲା ପ୍ରଶ୍ନକାଳ, ଦିନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
  • ||
  • ଆଇପିଏଲ୍ ୨୦୨୫: ଆଜି ଗୁଜରାଟ ଟାଇଟନ୍ସ-ପଞ୍ଜାବ କିଙ୍ଗ୍‌ସ ଲଢ଼େଇ, ଫୋକସ୍‌ରେ ପଣ୍ଟିଂ-ଆୟର ଯୋଡ଼ି
  • ||
  • ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଟଙ୍କାର ପାହାଡ଼, ଫ୍ଲାଟରୁ ନଗଦ ୧୭ ଲକ୍ଷ ଠାବ
  • ||
  • ବିଧାନସଭାରେ ଅଚଳାବସ୍ଥା ଜାରି, ଶାସକ-ବିରୋଧୀଙ୍କ ଜିଦ ଯୋଗୁଁ ଚାଲିପାରୁନି ଗୃହ
  • ||
  • ନନ୍ଦନକାନନ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା, ସ୍ଥାୟୀ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
  • ||
  • ରାଜ୍ୟରେ ବଦଳିବ ପାଗର ମିଜାଜ୍, ଉପରମୁହାଁ ​‌ହେବ ପାରଦ: ୩ ଦିନରେ ୫ ଡିଗ୍ରୀ ବଢ଼ିବ ତାତି
  • ||

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

Published By : Prameya | March 22, 2025 7:11 AM

ଭୁବନେଶ୍ୱର,୨୨/୦୩: ଶନିବାର ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଭାରୀ ବର୍ଷା ହେବ । ଆଉ୧୨  ଜିଲ୍ଲାରେ ବର୍ଷା ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବିଜୁଳି  ଓ ଘଡ଼ଘଡ଼ି ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ  ଦେବା ସହ ଅରେଞ୍ଜ ସତର୍କତା ଜାରି କରିଛି । 

କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବ । ଏହି ୧୨  ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି ହୋଇଛି । ସେହିଭଳି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ,  ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । 

୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରରେ ବର୍ଷା ଓ  ଘଡ଼ଘଡ଼ି ହୋଇପାରେ । ୨୪ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ବର୍ଷା ସମ୍ଭାବନା ଅଛି । 

କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଶୁକ୍ରବାର ସକାଳୁ  ସନ୍ଧ୍ୟା ଭିତରେ ବାରିପଦାରେ ୮୫.୪ ମିମି ବର୍ଷା  ହୋଇଛି । ବାଙ୍ଗିରିପୋଷି, ବିଷୋୟୀ, କୁଳିଅଣା  ଭଳି ବ୍ଲକ୍‌ରେ କାଳବୈଶାଖୀ ଯୋଗୁ ପ୍ରବଳ ବର୍ଷା,  ପବନ ସାଙ୍ଗକୁ କୁଆପଥର ମାଡ଼ ଅନେକ ଚାଳ ଛପର ଘର କ୍ଷତିଗ୍ରସ୍ତ ହୋଇଛି । ବଡ଼ ବଡ଼ ଗଛର ଡାଳ ଭାଙ୍ଗି ପଡ଼ିବା ଯୋଗୁ ଯାତାୟାତ ଓ ବିଦ୍ୟୁତ୍‌  ସରବରାହ ବାଧାପ୍ରାପ୍ତ ହୋଇଛି । ଏହି କ୍ଷୟକ୍ଷତିର ତଦାରଖ ପାଇଁ ଶନିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ବୋଲି  ସୂଚନା ମିଳିଛି । 

ଶୁକ୍ରବାର ଗୃହ ଓ ନଗର ଉନ୍ନୟନ  ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,ବାଙ୍ଗିରିପୋଷି ବିଧାୟିକା  ସଞ୍ଜଳି ମୁର୍ମୁ , ରାଇରଙ୍ଗପୁର ବିଧାୟକ ଜଲେନ୍‌ ନାଏକ, ବାରିପଦା ବିଧାୟକ ପ୍ରକାଶ ସୋରେନ  ଓ ଜିଲ୍ଲାର ବରିଷ୍ଠ ନେତାମାନେ ରାଜସ୍ୱ ମନ୍ତ୍ରୀଙ୍କୁ ଭେଟି କ୍ଷୟକ୍ଷତି ବାବଦରେ ଆଲୋଚନା କରିଛନ୍ତି । କ୍ଷତିଗ୍ରସ୍ତ ଲୋକଙ୍କୁ ଯେଭଳି ତୁରନ୍ତ ସହାୟତା ରାଶି ଦେବାକୁ ଆଲୋଚନା ହୋଇଛି । ମନ୍ତ୍ରୀ ଶ୍ରୀ  ପୂଜାରୀ ଜିଲ୍ଲାପାଳ, ଉପଜିଲ୍ଲାପାଳ, ମୁଖ୍ୟ ଚିକିତ୍ସା  ଅଧିକାରୀ ଓ ଅନ୍ୟ ଅଧିକାରୀଙ୍କ ସହ ରିଲିଫ, କ୍ଷୟକ୍ଷତିର ଆକଳନ ଓ ଆହତଙ୍କ ଚିକିତ୍ସାକୁ ନେଇ ସମୀକ୍ଷା କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.