ପ୍ରମୂଖ ଖବର
  • ଶେଷ ପର୍ଯ୍ୟାୟରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ, ଅନୁଧ୍ୟାନ କଲେ ତଦାରଖ କମିଟି ଅଧ୍ୟକ୍ଷ
  • ||
  • ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ, ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା
  • ||
  • ଭୁବନେଶ୍ୱରରେ କାଳବୈଶାଖୀର ତାଣ୍ଡବ: ଭାଙ୍ଗିଲା ଗଛ, ଦିନ ହେଲା ରାତି
  • ||
  • ଭଦ୍ରକ : ଡିଜେ ଗାଡ଼ିରେ କରେଣ୍ଟ ଲାଗି ଜୀବନ ହାରିଥିଲେ ୨ ଜଣ, ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ତେଲେଙ୍ଗାନାରେ ଚାଞ୍ଚଲ୍ୟ; ପାରିବାରିକ କଳହର କରୁଣ ପରିଣତି, ଦୁଇ ପିଲାଙ୍କ ଗଳା କାଟି ମା'ର ଆତ୍ମହତ୍ୟା
  • ||
  • ଗୁଡ୍‌ ଫ୍ରାଇଡେ : ଖ୍ରୀଷ୍ଟ ଧର୍ମାବଲମ୍ବୀ ପାଇଁ ପବିତ୍ର ଦିନ, ଚର୍ଚ୍ଚରେ ସାମୂହିକ ପ୍ରାର୍ଥନା କରି ଯୀଶୁଙ୍କୁ ସ୍ମରଣ
  • ||
  • ନୂଆ ଗ୍ରହରେ ଜୀବସତ୍ତାର ମିଳିଛି ପ୍ରମାଣ, ‘କେ୨-୧୮ବି’ରେ ଜୀବନ ସହ ସଂଶ୍ଳିଷ୍ଟ ଅଣୁ ଚିହ୍ନଟ
  • ||
  • ଉତ୍ତର ଚିଲିରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • IPL 2025: ଆଜି ରୟାଲ୍‌ ଚ୍ୟାଲେଞ୍ଜର୍ସକୁ ଭେଟିବ ପଞ୍ଜାବ କିଙ୍ଗ୍‌ସ, କୋହଲି- ଆୟରଙ୍କ ଉପରେ ନଜର
  • ||
  • ଫ୍ଲୋରିଡା ୟୁନିଭର୍ସିଟିରେ ଯୁବକଙ୍କ ଗୁଳିମାଡ଼, ୨ ଜଣଙ୍କ ମୃତ୍ୟୁ ଘଟିଥିବେ ବେଳେ ୫ ଗୁରୁତର ଆହତ
  • ||
  • ରାଜ୍ୟରେ ୨୦ରୁ ବଢ଼ିବ ତାତି, ୨୩ ତାରିଖ ପରେ ଉପକୂଳ ଓଡ଼ିଶାରେ ୪୫ ଡିଗ୍ରୀ ଛୁଇଁପାରେ ପାରଦ
  • ||

ତାତିରୁ ମିଳିବ ଆଶ୍ୱସ୍ତି: ୧୨ରୁ ଦୁଇ ଦିନ ଯାଏ କାଳବୈଶାଖୀ ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

Published By : Prameya | April 10, 2025 11:44 AM

ଭୁବନେଶ୍ୱର ୧୦/୦୪: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୧୨ରୁ ୧୪ ଯାଏ କାଳବୈଶାଖୀ ସମ୍ଭାବନା। ‌କେତେକ ସ୍ଥାନରେ କୁଆ ପଥର ବର୍ଷା ମଧ୍ୟ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୭୦ରୁ ୭୫ କିଲୋମିଟର ମଧ୍ୟ ହୋଇପାରେ । ଉତ୍ତର ଭାରତରେ ଏକ ଟ୍ରପ ଲାଇନ ଆସିବାର ଅଛି ଏହା ପ୍ରଭାବରେ ବର୍ଷା ସମ୍ଭାବନା ରହୁଛି । ୧୪ ପରେ ବଢ଼ିବ ତାପମାତ୍ରା। କଲବଲ କରିବ ଖରା।

ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ରହିଛି । ଏହା ପ୍ରଭାବରେ ଉତ୍ତର ପଶ୍ଚିମ ଦିଗରୁ ପବନ ବହୁଛି । ଏଥିସହ ସ୍ଥଳ ଭାଗକୁ ଦକ୍ଷିଣ ଦିଗରୁ ଓଡ଼ିଶାକୁ ପବନ ବହୁଛି । ଫଳରେ କିଛି ସମୟ ମେଘୁଆ ରହୁଛି ପୁଣି ଖରା ହେଉଛି । ତେବେ ଆଜି ଏବଂ ଆସନ୍ତାକାଲି ଅଭ୍ୟନ୍ତରୀଣ ଓଡ଼ିଶାରେ ହାଲକା ବର୍ଷା ସମ୍ଭାବନା ରହୁଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.