ପ୍ରମୂଖ ଖବର
  • କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ଆସିଲେନି ଦୀପାଳି, ତଦନ୍ତ ଅଧିକାରୀଙ୍କୁ ଜଣାଇଲେ ବ୍ୟକ୍ତିଗତ କାରଣ
  • ||
  • WPL 2025: ଆଜି ୟୁପି-ଗୁଜରାଟ ଜାଏଣ୍ଟ୍‌ସ ଲଢ଼େଇ, ବିଜୟ ଧାରାକୁ ଫେରିବାକୁ ସବୁ ଶକ୍ତି ଖଟାଇବେ ୱାରିଅର୍ସ
  • ||
  • ବୌଦ୍ଧ : ୩୫ କ୍ୱିଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ନଗଦ ଟଙ୍କା ଜବତ, ମାଫିଆ ଫେରାର
  • ||
  • ପୁରୀ : ତାରିଣୀ ମନ୍ଦିରରୁ ଲୁଟ୍‌, କଟର୍‌ରେ ହୁଣ୍ଡି କାଟି ଦାନ ଟଙ୍କା ନେଇଗଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ, ପୂରଣ ହେବ ୧୦୮୩ ପଦବି
  • ||
  • ତିଗିରିଆରେ ବାରହା ଆକ୍ରମଣରେ ୨ ଆହତ, ହସ୍ପିଟାଲରେ ଭର୍ତ୍ତି
  • ||
  • ରାୟଗଡ଼ା : ୨୧ କେଜି ଗଞ୍ଜେଇ ଜବତ, ୨ ଚାଲାଣକାରୀ ଗିରଫ
  • ||
  • ପାରିବାରିକ କଳହର କରୁଣ ପରିଣତି: ସ୍ୱାମୀକୁ ମାରି ପୋତିଦେଲା ସ୍ତ୍ରୀ, ତିନି ଦିନ ପରେ ଆତ୍ମସମର୍ପଣ
  • ||
  • କାମାକ୍ଷାନଗର : ଦୁଇ ଦନ୍ତା ସଙ୍ଘର୍ଷରେ ଗୋଟିଏ ହାତୀର ମୃତ୍ୟୁ, ଚାଷ ଜମିରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜନତା ଦରବାରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ, ପଞ୍ଜିକରଣ କରିଛନ୍ତି ୧ ହଜାର ଅଭିଯୋଗକାରୀ
  • ||
  • ଉମରକୋଟ : ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚନ୍ଦ୍ରପୃଷ୍ଠରେ ‘ବ୍ଲୁ ଘୋଷ୍ଟ’ର ସଫଳ ଅବତରଣ, ମହାକାଶ ଗବେଷଣାରେ ଘରୋଇ କମ୍ପାନିର ବାଜିମାତ୍
  • ||
  • ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ର ନୋଟିସ୍‌: ସୋମବାର ହାଜର ହେବେ ଦୀପାଳି ଓ ବିଶାଲ !
  • ||
  • ରାଜ୍ୟରେ ପାରଦ ଉପରମୁହାଁ: ୩୮ ଡିଗ୍ରୀ ଡେଇଁଲା ବୌଦ୍ଧ, ବଲାଙ୍ଗୀର,୧୦ ସହର ତାପମାତ୍ରା ୩୭ ଡିଗ୍ରୀ ପାର୍
  • ||

ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ତାତି: ଟିଟିଲାଗଡ଼ ପାଲଟିଲା ତତଲାଗଡ଼, ସର୍ବାଧିକ ୩୮ ଡିଗ୍ରୀ ଛୁଇଁଲା ପାରଦ

Published By : Prameya | March 2, 2025 7:28 AM

ଭୁବନେଶ୍ୱର,୦୨/୦୩: ଚଳିତବର୍ଷ  ପ୍ରଥମଥର ପାଇଁ ତାତି ୩୮ ଡିଗ୍ରୀ ଟପିଛି ।  ଶନିବାର ଟିଟିଲାଗଡ଼ରେ ତାପମାତ୍ରା  ସର୍ବାଧିକ ୩୮.୫ ଡିଗ୍ରୀ ରେକର୍ଡ ହୋଇଛି ।  ଏହା ରାଜ୍ୟର ତତଲା ସହର ପାଲଟିଛି ।  ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାତି ବଢ଼ିବା  ଚିନ୍ତାର କାରଣ ପାଲଟିଛି । ଆଗକୁ ତାତି ଆହୁରି ଡରାଇବ ବୋଲି ଆଶଙ୍କା ସୃଷ୍ଟି ହେଲାଣି । ଏ ବର୍ଷ ମାର୍ଚ୍ଚ ମାସରୁ ମେ ମାସ ଯାଏ ଗ୍ରୀଷ୍ମଲହରୀ  ଅବଧି ବଢ଼ିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି ।  ଏହାର ପ୍ରତିଫଳନ ଏବେଠାରୁ ଦିଶିଲାଣି । 

ମାର୍ଚ୍ଚ ମାସ ଆରମ୍ଭ  ହେଉ ହେଉ ତାତି ୩୮ ଡିଗ୍ରୀ ଟପି ସାରିଲାଣି । ଶନିବାର  ୧୧ ସହରରେ ତାପମାତ୍ରା ୩୭ ଡିଗ୍ରୀ ବା ଏହାଠାରୁ ଅଧିକ ରହିଛି । ଝାରସୁଗୁଡ଼ାରେ ୩୮.୨, ବଲାଙ୍ଗୀରରେ ୩୮,  ସୋନପୁରରେ ୩୭.୭, ଅନୁଗୁଳରେ ୩୭.୭, ସମ୍ବଲପୁରରେ ୩୭.୬, ସୁନ୍ଦରଗଡ଼ରେ ୩୭.୫, ଭବାନୀପାଟଣାରେ ୩୭.୨,  ହୀରାକୁଦରେ ୩୭.୧, ବୌଦ୍ଧରେ ୩୭ ଓ  ବାରିପଦାରେ ୩୭ ଡିଗ୍ରୀ ରେକର୍ଡ ହୋଇଛି । 

ଶୁକ୍ରବାର ଝାରସୁଗୁଡ଼ାରେ ଦିନବେଳାର ତାତି  ୩୭ ଡିଗ୍ରୀ ଥିଲା । ଶନିବାର ୧ଡିଗ୍ରୀରୁ ଅଧିକ  ବଢ଼ିଛି । ସମ୍ବଲପୁରରେ ବି ୧ଡିଗ୍ରୀରୁ ଅଧିକ ବଢ଼ିଯାଇଛି । ରାଜଧାନୀ ଭୁବନେଶ୍ୱର ଓ କଟକରେ ଦିନ ତାତି  ୩୪.୨ ଡିଗ୍ରୀ ରହିଛି । ଆସନ୍ତା ୪ ତାରିଖ ଯାଏ ତାପମାତ୍ରା  ଅଧିକ ରହିବ ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ  ସାହୁ ପୂର୍ବାନୁମାନ କରିଛନ୍ତି । ଏବେ ଦେଶର ପଶ୍ଚିମ  ଭାଗରୁ ରାଜ୍ୟକୁ ପବନ ଆସୁଛି । ୫ ଓ ୬ ତାରିଖରୁ ଉତ୍ତରାଖଣ୍ଡ ଓ ହିମାଳୟରୁ ପବନ ଆସିବ ।

ଏହା ପ୍ରଭାବରେ ତାତି କମିଯିବ ବୋଲି ସେ ଆକଳନ  କରିଛନ୍ତି । ରବିବାର ଝାରସୁଗୁଡ଼ାରେ ତାତି ୩୮ ଡିଗ୍ରୀ  ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ରାଉରକେଲା, ସୁନ୍ଦରଗଡ଼, ଟିଟିଲାଗଡ଼, ଢେଙ୍କାନାଳ,  ବୌଦ୍ଧ, ଭବାନୀପାଟଣା, ସୋନପୁର ଓ ବଲାଙ୍ଗୀରରେ ଦିନ ତାପମାତ୍ରା ୩୭ ଡିଗ୍ରୀ ରହିବ ବୋଲି ଆକଳନ  କରାଯାଇଛି । ୩ ଓ ୪ ତାରିଖରେ ବି ପଶ୍ଚିମ ଓଡ଼ିଶାର  ବିଭିନ୍ନ ସ୍ଥାନରେ ତାପମାତ୍ରା ଅଧିକ ରହିବ ବୋଲି  ପାଣିପାଗ ବିଭାଗ ଆକଳନ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.