ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ରାଜ୍ୟରେ ଲୁଚକାଳି ଖେଳୁଛି ଶୀତ: ଆଜି ୧୧ ଜିଲ୍ଲାରେ ବର୍ଷା ସମ୍ଭାବନା, ବୁଧବାରଠାରୁ ୪ ଡିଗ୍ରୀ କମିବ ତାପମାତ୍ରା

Published By : Prameya | December 9, 2024 7:28 AM

ଭୁବନେଶ୍ୱର,୦୯/୧୨: ଆସନ୍ତା ବୁଧବାରଠାରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିପାରେ । ଏବେ ଅଧିକାଂଶ  ସ୍ଥାନରେ ରାତି ତାପମାତ୍ରା ୧୫ଡିଗ୍ରୀରୁ ଅଧିକ  ରହୁଥିବାବେଳେ ଦୁଇ ଦିନ ପରେ ପାରଦ ଖସିବ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା,  କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼,  ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, କଟକ  ଓ ଖୋର୍ଦ୍ଧାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା  ସମ୍ଭାବନା ଅଛି । ମଙ୍ଗଳବାର କୋରାପୁଟର ରାତି  ତାପମାତ୍ରା ସର୍ବନିମ୍ନ ୧୩.୪ ଡିଗ୍ରୀ ରେକର୍ଡ  ହୋଇଛି । ରାଉରକେଲାରେ ୧୩.୮, ଝାରସୁଗୁଡ଼ା  ଓ ବୌଦ୍ଧରେ ୧୫.୫, କେନ୍ଦ୍ରାପଡ଼ାରେ ୧୫.୬,  ବାରିପଦାରେ ୧୫.୮, ଭଦ୍ରକରେ ୧୬, ଯାଜପୁରରେ  ୧୬.୩, ଢେଙ୍କାନାଳରେ ୧୬.୪, କେନ୍ଦୁଝର ଓ  ବାଲେଶ୍ୱରରେ ତାପମାତ୍ରା ୧୬.୫ ଡିଗ୍ରୀ ରହିଥିଲା ।  ଗତ ୨୪ ଘଣ୍ଟାରେ କୋରାପୁଟ ଜିଲ୍ଲା କୋଟପାଡ଼ରେ  ୧୯ମିମି ଓ ରାୟଗଡ଼ାର କାଶୀପୁରରେ ୮ମିମି ବର୍ଷା  ହୋଇଛି।

  • PrameyaOdia
  • prameya
  • Weather update
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.