ପ୍ରମୁଖ ଖବର
  • ପାଲଲହଡ଼ା: ୭ ଦଫା ଦାବି ନେଇ ରେଙ୍ଗାଳି ବୁଡ଼ି କ୍ଷତିଗ୍ରସ୍ତ ପ୍ରଜାଙ୍କ ଜଳ ସତ୍ୟାଗ୍ରହ ଆନ୍ଦୋଳନ
  • ||
  • ଘଟଗାଁ ଦୁର୍ଘଟଣାରେ ୮ ଜଣଙ୍କ ମୁତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା
  • ||
  • କୁଚିଣ୍ଡା: ଭାଙ୍ଗିବା ବେଳେ ମାଡ଼ି ବସିଲା ପୁରୁଣା କାନ୍ଥ, ଚାଲିଗଲା ମାଲିକଙ୍କ ସହ ଶ୍ରମିକଙ୍କ ଜୀବନ
  • ||
  • ରାୟପୁର: ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟି-ଟ୍ୱେଣ୍ଟି, ସିରିଜ୍ ଜିତିବା ଲକ୍ଷ୍ୟରେ ସୂର୍ଯ୍ୟ ବାହିନୀ
  • ||
  • ଘଟଗାଁ: ମା’ ତାରିଣୀଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଦୁର୍ଘଟଣା, ଟ୍ରକକୁ ପିଟିଲା ଭ୍ୟାନ ୮ ମୃତ, ୭ ଆହତ
  • ||
  • ଜେରୁଜେଲମ୍: ଯୁଦ୍ଧ ବିରତି ଶେଷ, ଗାଜାରେ ପୁଣି ଥରେ ଗ୍ରାଉଣ୍ଡ ଅପରେସନ୍ ଆରମ୍ଭ କଲା ଇସ୍ରାଏଲ୍ ଡିଫେନ୍ସ ଫୋର୍ସ
  • ||

ବର୍ଷାରେ ଭରଣା ହେଲା ନିଅଣ୍ଟିଆ, ୧୫ ଜିଲ୍ଲାରେ ଅତ୍ୟଧିକ ବର୍ଷା: ୧୮ରୁ ତିନି ଦିନ ଭାରୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭/୦୯: ଲଘୁଚାପ ପ୍ରଭାବରେ ପୂରା ରାଜ୍ୟରେ ପ୍ରବଳ ବର୍ଷା ହୋଇଛି । ବର୍ଷା ଯୋଗୁ ରାଜ୍ୟରେ ଥିବା ନିଅଣ୍ଟିଆ ସ୍ଥିତି ପୂରଣ ହୋଇଛି । ନିଅଣ୍ଟିଆ ସ୍ଥିତି ଥିବା କିଛି ଜିଲ୍ଲାରେ ସ୍ୱାଭାବିକ ତୁଳନାରେ ଅତ୍ୟଧିକ ବର୍ଷା ହୋଇଛି । ରାଜ୍ୟର  ୧୫ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଛି ।

ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ସ୍ୱାଭାବିକ ତୁଳନାରେ ଅତ୍ୟଧିକ ବର୍ଷା (୬୦%ରୁ ଅଧିକ) ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, ବରଗଡ଼ ଓ ଗଜପତିରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି । ଏ ସବୁ ଜିଲ୍ଲାରେ ସ୍ୱାଭାବିକ ତୁଳନାରେ ୨୦ରୁ ୫୯% ବର୍ଷା ହୋଇଛି ।  

ସେହିଭଳି ସୋନପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ପୁରୀରେ ସ୍ୱାଭାବିକ ବର୍ଷା ହୋଇଛି । ସେପ୍ଟେମ୍ବର ୧ ତାରିଖରୁ ଆଜିସୁଦ୍ଧା ରାଜ୍ୟରେ ୨୨୨.୬ମିମି ବର୍ଷା ହୋଇଛି ।  ଏ ସମୟ ଭିତରେ ସ୍ୱାଭାବିକ ବର୍ଷା ତୁଳନାରେ ୫୪% ଅଧିକ ବର୍ଷା ହୋଇଛି । 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କହୁଛି, ଆସନ୍ତା ୧୮ରୁ ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୮ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଅନୁଗୁଳ ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୯ ଓ ୨୦ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ ।

Copyright © 2022 - Summa Real Media Private Limited. All Rights Reserved.