ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଆଜି ସୃଷ୍ଟି ହୋଇପାରେ ଅବପାତ: ୫ ଜିଲ୍ଲାକୁ ଅରେଞ୍ଜ, ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ,୧୧ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୦୮/୦୯: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା  ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ (ୱେଲ ମାର୍କଡ୍‌) ରେ ପରିଣତ ହୋଇଛି । ରବିବାର ସୁଦ୍ଧା ଏହା ଅବପାତରେ  ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ  ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ  କେନ୍ଦ୍ରୀଭୂତ ହୋଇପାରେ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶା  ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୧ ତାରିଖ ଯାଏ ପ୍ରବଳ  ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । 

୮ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି,  କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏ ସବୁ  ସ୍ଥାନରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା  ଅଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର  ଓ କେନ୍ଦ୍ରାପଡ଼ାରେ ୭୦ରୁ ୧୧୦ମିମି ଯାଏ ବର୍ଷା  ସମ୍ଭାବନା ଅଛି । 

୯ ତାରିଖରେ କନ୍ଧମାଳ, ଗଞ୍ଜାମ,  ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼,  ବୌଦ୍ଧ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା,  ନବରଙ୍ଗପୁର, ଭଦ୍ରକ, ଯାଜପୁର, ଢେଙ୍କାନାଳ,  ବୌଦ୍ଧ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର,  ସୋନପୁର, ବଲାଙ୍ଗିର, ବରଗଡ଼, ଅନୁଗୁଳ, ସମ୍ବଲପୁର  ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । 

୧୦ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ,  ଢେଙ୍କାନାଳ, ବଲାଙ୍ଗିର, ଅନୁଗୁଳ, ସୋନପୁର,  ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ  ବୋଲି ପୂର୍ବାନୁମାନ କରାଯାଇଛି । ୧୧ ତାରିଖରେ ବି  ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।  

ଶନିବାର କେନ୍ଦୁଝରରେ ୨୫.୨ମିମି, ଭୁବନେଶ୍ୱରରେ ୨୨,  ଛତ୍ରପୁରରେ ୧୮, କଟକରେ ୧୩.୮, ପାରାଦୀପରେ  ୧୨.୪ ଓ ନୂଆପଡ଼ାରେ ୧୧ମିମି ବର୍ଷା ରେକର୍ଡ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.