ପ୍ରମୂଖ ଖବର
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ: ୧୫ ଯାଏ ପ୍ରବଳ ବର୍ଷିବ, ବଢ଼ିବ ବଜ୍ରପାତ ପ୍ରକୋପ

ଭୁବନେଶ୍ୱର,୦୪/୦୯: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୋମବାର ରାତିରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ । ବର୍ଷା ସହ ଘନ ଘନ ବଜ୍ରପାତ ହେବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରଥମ ଲଘୁଚାପ ପରେ ଦ୍ୱିତୀୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବ । ୧୫ ତାରିଖ ଯାଏ ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବନି । ପାଣିପାଗ ବିଶେଷଜ୍ଞମାନେ ଏଭଳି ଆକଳନ କରିଛନ୍ତି ।

କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି,  ରାଜ୍ୟରେ ୧୫ ତାରିଖ ଯାଏ ବର୍ଷା ଲାଗି ରହିବ । ଏ ମାସରେ ଲାଗ ଲାଗ ଦୁଇଟି ଲଘୁଚାପ ହେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ୪ ତାରିଖ ରାତି ବା ୫ ତାରିଖ ସକାଳୁ ପ୍ରଥମ ଲଘୁଚାପ ହେବ । ୮ ତାରିଖରେ ଏହା ସ୍ଥଳଭାଗକୁ ଯିବ । ଏହି ଲଘୁଚାପ ପ୍ରଭାବରେ ୧୦ ତାରିଖ ଯାଏ ବର୍ଷା ହେବ । ଉପକୂଳରେ  ପ୍ରତିଦିନ ଅଧିକ ବର୍ଷା ସହ ଘନ ଘନ ବଜ୍ରପାତ ହେବାର ଆଶଙ୍କା ଅଧିକ । ଉତ୍ତର ଆଭ୍ୟନ୍ତରରେ ୪ରୁ ବର୍ଷା ହେବ । ଏହି ଅଞ୍ଚଳରେ କମ୍‌ ବର୍ଷା ହୋଇପାରେ । କିନ୍ତୁ ପ୍ରବଳ ବଜ୍ରପାତର ଆଶଙ୍କା ଅଧିକ । ଦକ୍ଷିଣ ଆଭ୍ୟନ୍ତରରେ ୫ରୁ ବର୍ଷା ହେବ । ୫ ଓ ୬ରେ ଘନ ଘନ ବଜ୍ରପାତ ହେବାର ଆଶଙ୍କା ଅଧିକ ରହୁଛି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ ହେବାର ସମ୍ଭାବନା କମ୍‌ । କିନ୍ତୁ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଡ. ପଶୁପାଳକ କହିଛନ୍ତି । ପ୍ରବଳ ବର୍ଷା ହେବାର ସମ୍ଭାବନା ଥିଲେ ବି ଲଗାଣ ବର୍ଷା ହେବନି ।

ଅସରାଏ ଅସରାଏ କରି ଅଧିକ ପରିମାଣର ବର୍ଷା କରାଇବ । ୧୧ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହେବ । ୧୩ ତାରିଖ ସୁଦ୍ଧା ଏହା ଲଘୁଚାପ ରୂପ ନେବ । ଦ୍ୱିତୀୟ ଲଘୁଚାପ ଯୋଗୁ ୧୫ ତାରିଖ ଯାଏ ବର୍ଷା ହେବ । ପ୍ରଥମ ଲଘୁଚାପ ପରେ ଦ୍ୱିତୀୟ ଲଘୁଚାପକୁ ନେଇ ଠିକ୍‌ ଆକଳନ କରି ହେବ ବୋଲି ସେ କହିଛନ୍ତି ।

ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବ । ୭ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୪ ତାରିଖରେ ପୂରା ରାଜ୍ୟର ବିସ୍ତୃତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୫ରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ଅଛି । ୭ରେ ମଧ୍ୟ ପୂରା ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।

୪ରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।  ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ ।  ୫ରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, ରାୟଗଡ଼ା, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ କଳାହାଣ୍ଡିରେ ଭାରୀ ବର୍ଷା ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ପରେ ଏହା ଘନୀଭୂତ ହେବ । ୬ ତାରିଖ ବେଳକୁ ଅବପାତ ରୂପ ନେବ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ନିଅଣ୍ଟିଆ ବର୍ଷା ସ୍ଥିତି ଭରଣା ହେବ ବୋଲି ସେ କହିଛନ୍ତି । 

ରବିବାର ଢେଙ୍କାନାଳରେ ୨୩.୫ମିମି ବର୍ଷା ହୋଇଛି । ସୁନ୍ଦରଗଡ଼ରେ ୧୬.୮, ଯାଜପୁରରେ ୧୬, ହୀରାକୁଦରେ ୧୧ ମିମି ବର୍ଷା ହୋଇଛି । ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟରେ ୨୦୩୦ ଥର ବଜ୍ରପାତ ହୋଇଥିବା ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍‌ଡମା) ସୂଚନା ଦେଇଛି ।

  • PrameyaOdia
  • Heavy Rainfall Alert
  • Weather Forecast
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.