ପ୍ରମୂଖ ଖବର
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର,୦୫/୧୦: ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ  ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଶୁକ୍ରବାର ଏକ ଲଘୁଚାପ ସୃଷ୍ଟି ହୋଇଛି ।  ରାଜ୍ୟରେ ଏହାର ବିଶେଷ ପ୍ରଭାବ  ରହିବନି । ତେବେ ଉତ୍ତର ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ  ବର୍ଷା ହୋଇପାରେ । ପାଣିପାଗ ବିଭାଗ  ଏଭଳି ପୂର୍ବାନୁମାନ କରିଛି ।  

ଶୁକ୍ରବାର ପାରାଦୀପରେ ମାତ୍ର ୧୫.୬  ମିମି ବର୍ଷା ହୋଇଛି । ଜଗତ୍‌ସିଂହପୁରରେ  ୧୦.୪, ଖୋର୍ଦ୍ଧାରେ ୮ ଓ ନବରଙ୍ଗପୁରରେ  ୨ମିମି ବର୍ଷା ହୋଇଛି । 

ଶନିବାର ବାଲେଶ୍ୱର,  ଭଦ୍ରକ, ମୟୂରଭଞ୍ଜ, ମାଲକାନଗିରି,  କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୬ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା  ଏବଂ ୭ ତାରିଖରେ ଉପକୂଳ ଓଡ଼ିଶା  ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ଅଛି । କିନ୍ତୁ  ଆସନ୍ତା ୭ଦିନ ଯାଏ ବଡ଼ ବର୍ଷା ବା ବିସ୍ତୃତ  ଅଞ୍ଚଳରେ ବର୍ଷା ସମ୍ଭାବନା ନାହିଁ ବୋଲି  ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ.  ମନୋରମା ମହାନ୍ତି କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.