ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି: ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ରଥଯାତ୍ରାରେ ଭିଜିବ ପୁରୀ

ଭୁବନେଶ୍ୱର,୦୭/୦୭: ରଥଯାତ୍ରାରେ ଭିଜିବ ପୁରୀ । ବଡ଼ଦାଣ୍ଡରେ ଭିଜିବେ ଭକ୍ତ ଓ ଭଗବାନ । ଏମିତିକି ପ୍ରବଳ ବର୍ଷା ଆଶଙ୍କା ବି ରହିଛି । ଏହାସହ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏମିତି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ରବିବାର ପବିତ୍ର ରଥଯାତ୍ରା ଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ପୁରୀ ସମେତ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ରବିବାର ପ୍ରବଳ ବର୍ଷା ସମ୍ଭାବନା ଅଛି । କୋରାପୁଟ ଓ ମାଲକାନଗିରି ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ ।

ସୋମବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ୯ ତାରିଖ (ମଙ୍ଗଳବାର) ଓ ୧୦ ତାରିଖ (ବୁଧବାର) ବର୍ଷା ଅଳ୍ପ କିଛି ସ୍ଥାନରେ ହେବ । ୧୧ ଓ ୧୨ରେ ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା ଅଛି । 

ଶନିବାର ସକାଳୁ ସନ୍ଧ୍ୟା ଭିତରେ ବାରିପଦାରେ ସର୍ବାଧିକ ୯୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ତାଳଚେରରେ ୪୩ ମିମି, ବୌଦ୍ଧରେ ୩୧, ବଲାଙ୍ଗୀରରେ ୧୫, ଅନୁଗୁଳରେ ୧୦ ମିମି ବର୍ଷା ହୋଇଛି । ଆଉ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି ।

ଜୁନ୍‌ ପହିଲାରୁ ଏଯାଏଁ ରାଜ୍ୟରେ ହାରାହାରି ୧୯୮.୨ ମିଲିମିଟର ବର୍ଷା ହୋଇଛି । ସ୍ୱାଭାବିକଠାରୁ ରାଜ୍ୟରେ ୨୫% ବର୍ଷା ନିଅଣ୍ଟିଆ ରହିଛି । ଏବେ ବି ୧୮ ଜିଲ୍ଲାରେ ବର୍ଷା ପରିମାଣ ସ୍ୱାଭାବିକଠାରୁ କମ୍‌ ରହିଛି । ମୟୂରଭଞ୍ଜ ଓ ବାଲେଶ୍ୱରରେ ସ୍ଥିତି ସବୁଠୁ ଖରାପ । ମୟୂରଭଞ୍ଜରେ ୬୧% ଓ ବାଲେଶ୍ୱରରେ ୬୦% ନିଅଣ୍ଟିଆ ରହିଛି ବର୍ଷା । ଭଦ୍ରକରେ ୪୫%, କେନ୍ଦୁଝରରେ ୪୨%, ପୁରୀରେ ୪୩%, ଯାଜପୁରରେ ୩୭%, କଳାହାଣ୍ଡିରେ ୩୭%, ନୂଆପଡ଼ାରେ ୩୬%, ବଲାଙ୍ଗୀରରେ ୩୩%, ଅନୁଗୁଳରେ ୩୧% ବର୍ଷା କମ୍‌ ହୋଇଛି । ଏସବୁ ଜିଲ୍ଲାରେ ଚାଷ କାର୍ଯ୍ୟ ଆଗେଇବାରେ ସମସ୍ୟା ଦେଖା ଦେଇଛି । ଏହାବାଦ୍‌ ରାୟଗଡ଼ା, ଗଜପତି, ଗଞ୍ଜାମ, ବରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ସୁନ୍ଦରଗଡ଼ରେ ବର୍ଷା ନିଅଣ୍ଟିଆ ରହିଛି ।

କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ସୋନପୁର, ସମ୍ବଲପୁର, ଦେବଗଡ଼, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଜିଲ୍ଲାରେ ବର୍ଷା ସ୍ୱାଭାବିକ ରହିଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.