ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି

ଭୁବନେଶ୍ୱର,୧୯/୦୯: ଆସନ୍ତା ୨୨  ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଉତ୍ତର ପଶ୍ଚିମ ବଙ୍ଗୋପସାଗର  ଓ ସଂଲଗ୍ନ ପଶ୍ଚିମବଙ୍ଗରେ ୨୨ରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହା ପ୍ରଭାବରେ  ୨୪ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ସତର୍କ କରାଇଛନ୍ତି ।  ପୁଣି ବର୍ଷା ହେଲେ ବାଲେଶ୍ୱର ଓ ମୟୂରଭଞ୍ଜ ବନ୍ୟା ସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି ।  

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର  ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରି  କହିଛନ୍ତି, ଏବେ କୌଣସି ସିଷ୍ଟମ ନାହିଁ ।  ସକ୍ରିୟ ଥିବା ମୌସୁମୀ ବାୟୁ ପ୍ରଭାବରେ  ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ତେବେ  ଆସନ୍ତା ୨୨ରେ ପୁଣି ଲଘୁଚାପ ସୃଷ୍ଟି ହେବ ।  ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ  ପଶ୍ଚିମବଙ୍ଗରେ ହେବାକୁ ଥିବା ଏହି ଲଘୁଚାପ  ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମ  ଓଡ଼ିଶାରେ ଦୁଇ ଦିନ ଭାରୀ ବର୍ଷା ହେବ ।  

ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ,  ବାଲେଶ୍ୱରର ସୁବର୍ଣ୍ଣରେଖା ଓ ଜଳକା ନଦୀର  ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ  ହେଉଛି । କିନ୍ତୁ ଜଳସ୍ତର କ୍ରମଶଃ କମୁଛି ।  ବନ୍ୟାରେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ,  ବସ୍ତା ଓ ଭୋଗରାଇ ବ୍ଲକ୍‌ର ତଳିଆ ଅଞ୍ଚଳ  ଅଧିକ କ୍ଷତିଗ୍ରସ୍ତ ହୋଇଛି । ଜିଲ୍ଲାର ୬ଟି  ବ୍ଲକ୍‌ ବନ୍ୟାରେ ପ୍ରଭାବିତ ହୋଇଛି । ୧୪୧ଟି  ଗାଁର ୩୫ହଜାର ୬୫୪ ଲୋକ କ୍ଷତିଗ୍ରସ୍ତ  ହୋଇଛନ୍ତି । ବନ୍ୟା ଅଞ୍ଚଳରୁ ୧୧ ହଜାର  ୬୩୨ ଜଣଙ୍କୁ ଉଦ୍ଧାର କରାଯାଇଛି । 

ମୟୂରଭଞ୍ଜ ଜିଲ୍ଲାର ୧୦୧ଟି ଗାଁର ୨୦୩୫  ଜଣ ପ୍ରଭାବିତ ହୋଇଛନ୍ତି । ବନ୍ୟାରେ  ଫସି ରହିଥିବା ୧୬୦୩ ଜଣଙ୍କୁ ସୁରକ୍ଷିତ  ଭାବେ ଉଦ୍ଧାର କରାଯାଇଛି । ୩୩୪ଟି ଘର  କ୍ଷତିଗ୍ରସ୍ତ ହୋଇଛି । ବାଲେଶ୍ୱର ଓ ମୟୂରଭଞ୍ଜ  ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଉ ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି  କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ୍‌ର ୧୧୬୦ ଜଣ  ଓ ସୁନ୍ଦରଗଡ଼ ଜିଲ୍ଲାର ୧୫୩ ଜଣ ବନ୍ୟାରେ ପ୍ରଭାବିତ ହୋଇଛନ୍ତି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.